Masthead

ବଗଲା ପାଇଁ ପଦଯାତ୍ରା

ପୁରୀ (ବଡ଼ ଖବର ବ୍ୟୁରୋ): ବଗଲା ଧର୍ମଶାଳାକୁ ନେଇ ବିଜେପି ରାସ୍ତାକୁ ଓହ୍ଲାଇଛି । ବଗଲାକୁ ନେଇ ବିଜେପି ଆରମ୍ଭ କରିଛି ପଦଯାତ୍ରା । ଆଜି ସକାଳ ୯ଟାରୁ ସିଂହଦ୍ୱାରଠାରୁ ଭୁବନେଶ୍ୱର ନବୀନ ନିବାସ ପର୍ଯ୍ୟନ୍ତ ବିଜେପି ପକ୍ଷରୁ ଆରମ୍ଭ ହୋଇଛି ପଦଯାତ୍ରା । ପୂର୍ବରୁ ଧର୍ମଶାଳା ଜମି ବିକ୍ରିକୁ ନେଇ ପୁରୀ ବିଜେପି ତରଫରୁ ୨୭ଦିନ ଧାରଣା ଦିଆଯାଇଥିଲା । ପ୍ରଶାସନ ପକ୍ଷରୁ କୌଣସି ଆଲୋଚନା ହେବା ଦୂରର କଥା ଘଟଣାସ୍ଥଳକୁ କୌଣସି ଅଧିକାରୀ ଆସିଲେ ନାହିଁ । ଏଣୁ ବିଜେପି ପକ୍ଷରୁ ରାଜ୍ୟ ମୁଖିଆଙ୍କୁ ଜଣାଇବାକୁ ଏହି ପଦଯାତ୍ରା କରାଯାଉଛି ବୋଲି ବିଜେପି ପକ୍ଷରୁ କୁହାଯାଇଛି । ଏହା ବ୍ୟତୀତ ପୁରୀ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ଲାଗି ରହିଥିବା ପୁରୁଣା ଜେଲକୁ ଡାକ୍ତରଖାନା ସହ ମିଶାଇବାକୁ ଦାବିପତ୍ର ପ୍ରଦାନ କରାଯିବ ବୋଲି କୁହାଯାଇଛି । ଏହି ପଦଯାତ୍ରାରେ ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ, ବ୍ରହ୍ମଗିରି ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ବିଜେପି ଜିଲ୍ଲା ସଭାପତି ଆଶ୍ରିତ ପଟ୍ଟନାୟକଙ୍କ ସମେତ ବହୁ ଦଳୀୟ କାର୍ଯ୍ୟକର୍ତ୍ତା ସାମିଲ୍ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ