ଦୌଡ଼ିଲା ‘ବନ୍ଦେ ଭାରତ ଏକ୍ସପ୍ରେସ୍’

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପୁରୀ-ହାୱଡା ‘ବନ୍ଦେ ଭାରତ ଏକ୍ସପ୍ରେସ୍’ ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରୁ ଭର୍ଚୁଆଲ ମୋଡରେ ପୁରୀ-ହାୱାଡା ବନ୍ଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଲୋକାର୍ପଣ କରିଛନ୍ତି। ଏହାସହ ଓଡ଼ିଶାରେ ୮ହଜାର କୋଟି ଟଙ୍କାରୁ ଅଧିକ ବିଭିନ୍ନ ରେଳ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି। କାର୍ଯ୍ୟକ୍ରମରେ ଭର୍ଚ୍ଚୁଆଲରେ ଯୋଡି ହୋଇଥିଲେ ମୁଖ୍ୟମନ୍ତ୍ରୀ ।

ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ଗଣେଶୀ ଲାଲ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ବନ୍ଦେ ଭାରତ ଲୋକାର୍ପଣ ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ, ଆଜି ଓଡ଼ିଶା ଓ ପଶ୍ଚିମବଙ୍ଗ ଲୋକଙ୍କୁ ବନ୍ଦେ ଭାରତ ଉପହାର ମିଳିଲା। ବନ୍ଦେ ଭାରତରେ ଭାରତର ଗତି ଓ ପ୍ରଗତି ପ୍ରତିଫଳିତ ହେଉଛି। ସାଢ଼େ ୬ ଘଣ୍ଟା ପୁରୀରୁ କୋଲକାତାରେ ପହଞ୍ଚିବେ ଯାତ୍ରୀ ।

ଏହି ବନ୍ଦେ ଭାରତ ଏକ୍ସପ୍ରେସ୍ ଓଡ଼ିଶା ଓ ପଶ୍ଚିମବଙ୍ଗର ଆଧ୍ୟାତ୍ମିକ ଏବଂ ସାଂସ୍କୃତିକ ସମ୍ବଦ୍ଧକୁ ସମୃଦ୍ଧ କରିବ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ । ବିଗତ ୯ ବର୍ଷ ହେଲାଣି ଓଡ଼ିଶାକୁ ରେଳ ଅନୁଦାନ ବଢ଼ି ଚାଲିଛି। ଖୋର୍ଦ୍ଧା-ବଲାଙ୍ଗିର ପ୍ରକଳ୍ପ ଅନେକ ବର୍ଷ ହେଲା ପଡ଼ି ରହିଥିଲା। ଏବେ ଏହି ପ୍ରକଳ୍ପ କାର୍ଯ୍ୟ ଦ୍ରୁତ ଗତିରେ ଚାଲୁଛି। ଓଡ଼ିଶାରେ ଶତ ପ୍ରତିଶତ ରେଳ ବିଦ୍ୟୁତକରଣ କାର୍ଯ୍ୟ ସଂପନ୍ନ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ