Masthead

ଖାଇଗଲେ ଗରିବଙ୍କ ଗହମ

ପୋଲସରା (ବଡ଼ ଖବର ବ୍ୟୁରୋ): ଗରିବ କଲ୍ୟାଣ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି । ଖାଦ୍ୟ ସୁରକ୍ଷା ଯୋଜନା ମାଧ୍ୟମରେ ରାସନ କାର୍ଡଧାରୀଙ୍କୁ ଖାଦ୍ୟ ସାମଗ୍ରୀ ଯୋଗାଇ ଦେଉଛନ୍ତି । କିନ୍ତୁ ସରକାରୀ ବାବୁଙ୍କ ବାଟମାରଣା ନୀତି ଯୋଗୁଁ ଯୋଜନାର ସୁଫଳ ପାଉନାହାଁନ୍ତି ହିତାଧିକାରୀ । ଡିଲର- ଯୋଗାଣ ଅଧିକାରୀ ମଧୁଚନ୍ଦ୍ରିକାରେ ଚାଲିଛି ହରିଲୁଟ୍ । ଜାହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ମୁଖମନ୍ତ୍ରୀଙ୍କ ନିଜ ଜିଲ୍ଲା ଗଞ୍ଜାମରେ । ଗଞ୍ଜାମ ଜିଲ୍ଲା ବୁଗୁଡ଼ା ଏନଏସିରେ ରାସନ କାର୍ଡ ପିଛା ଦୁଇକିଲୋ ଗହମ କାଟୁଥିବା ଅଭିଯୋଗ କରିଛନ୍ତି ହିତାଧିକାରୀ । ଏନେଇ ଡିଲରଙ୍କୁ ପଚାରିବାରୁ ବ୍ଲକ ଯୋଗାଣ ଅଧିକାରୀଙ୍କ ନିର୍ଦ୍ଦେଶରେ କାର୍ଡ ପିଛା ଦୁଇକିଲୋ ଗହମ କଟାଯାଉଥିବା ସେ କହିଛନ୍ତି । ସେପଟେ ଯୋଗାଣ ଅଧିକାରୀଙ୍କ ପାଖକୁ ଅନେକ ଥର ଯାଇଛନ୍ତି ହିତାଧିକାରୀ କିନ୍ତୁ ଅଧିକାରୀଙ୍କ କାର୍ଯ୍ୟାଳୟରେ ଅଧିକାଶଂ ସମୟ ତାଲା ଝୁଲୁଥିବା ଅଭିଯୋଗ ହୋଇଛି । ତେବେ ଘଟଣା ସମ୍ପର୍କରେ ଉଚ୍ଚପଦସ୍ଥ ଅଧିକାରୀ ଦୃଷ୍ଟି ଦେବା ପାଇଁ ସାଧାରଣରେ ଦାବି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି..