Masthead

ଖାଇଗଲେ ଗରିବଙ୍କ ଗହମ

ପୋଲସରା (ବଡ଼ ଖବର ବ୍ୟୁରୋ): ଗରିବ କଲ୍ୟାଣ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି । ଖାଦ୍ୟ ସୁରକ୍ଷା ଯୋଜନା ମାଧ୍ୟମରେ ରାସନ କାର୍ଡଧାରୀଙ୍କୁ ଖାଦ୍ୟ ସାମଗ୍ରୀ ଯୋଗାଇ ଦେଉଛନ୍ତି । କିନ୍ତୁ ସରକାରୀ ବାବୁଙ୍କ ବାଟମାରଣା ନୀତି ଯୋଗୁଁ ଯୋଜନାର ସୁଫଳ ପାଉନାହାଁନ୍ତି ହିତାଧିକାରୀ । ଡିଲର- ଯୋଗାଣ ଅଧିକାରୀ ମଧୁଚନ୍ଦ୍ରିକାରେ ଚାଲିଛି ହରିଲୁଟ୍ । ଜାହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ମୁଖମନ୍ତ୍ରୀଙ୍କ ନିଜ ଜିଲ୍ଲା ଗଞ୍ଜାମରେ । ଗଞ୍ଜାମ ଜିଲ୍ଲା ବୁଗୁଡ଼ା ଏନଏସିରେ ରାସନ କାର୍ଡ ପିଛା ଦୁଇକିଲୋ ଗହମ କାଟୁଥିବା ଅଭିଯୋଗ କରିଛନ୍ତି ହିତାଧିକାରୀ । ଏନେଇ ଡିଲରଙ୍କୁ ପଚାରିବାରୁ ବ୍ଲକ ଯୋଗାଣ ଅଧିକାରୀଙ୍କ ନିର୍ଦ୍ଦେଶରେ କାର୍ଡ ପିଛା ଦୁଇକିଲୋ ଗହମ କଟାଯାଉଥିବା ସେ କହିଛନ୍ତି । ସେପଟେ ଯୋଗାଣ ଅଧିକାରୀଙ୍କ ପାଖକୁ ଅନେକ ଥର ଯାଇଛନ୍ତି ହିତାଧିକାରୀ କିନ୍ତୁ ଅଧିକାରୀଙ୍କ କାର୍ଯ୍ୟାଳୟରେ ଅଧିକାଶଂ ସମୟ ତାଲା ଝୁଲୁଥିବା ଅଭିଯୋଗ ହୋଇଛି । ତେବେ ଘଟଣା ସମ୍ପର୍କରେ ଉଚ୍ଚପଦସ୍ଥ ଅଧିକାରୀ ଦୃଷ୍ଟି ଦେବା ପାଇଁ ସାଧାରଣରେ ଦାବି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି