Masthead

କର୍ଣ୍ଣାଟକ ଶପଥ ଗ୍ରହଣ ସମାରୋହ, ଅତିଥି ଭାବେ ନବୀନଙ୍କୁ ନିମନ୍ତ୍ରଣ

କର୍ଣ୍ଣାଟକ (ବଡ଼ ଖବର ବ୍ୟୁରୋ): କର୍ଣ୍ଣାଟକ ଶପଥ ଗ୍ରହଣ ସମାରୋହ ପାଇଁ କଂଗ୍ରେସ ଜାରିକଲା ଅତିଥି ତାଲିକା । କର୍ଣ୍ଣାଟକ ବିଧାନସଭା ନିର୍ବାଚନରେ କଂଗ୍ରେସର ବିପୁଳ ବିଜୟ ପରେ ଏବେ ୨୦ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ସିଦ୍ଦରମୈୟା ଓ ଉପ ମୁଖ୍ୟମନ୍ତ୍ରୀ ଭାବେ ଡି.କେ ଶିବକୁମାର ଶପଥ ନେବାକୁ ଯାଉଛନ୍ତି । ଏହି ଶପଥ ଗ୍ରହଣ ଉତ୍ସବକୁ କଂଗ୍ରେସ ତରଫରୁ ଅନେକ ଲୋକଙ୍କୁ ନିମନ୍ତ୍ରଣ କରାଯାଇଛି ।

ନିମନ୍ତ୍ରିତ ଅତିଥିଙ୍କ ମଧ୍ୟରେ ରହିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ, କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ, ଯୁବନେତା ରାହୁଲ ଗାନ୍ଧୀ, କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ । ଏମାନଙ୍କ ବ୍ୟତୀତ ଏହି ତାଲିକାରେ ଛତିଶଗଡ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ, ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖବିନ୍ଦରସିଂ ସୁଖୁ, ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ।

ଅନ୍ୟମାନଙ୍କ ମଧ୍ୟରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ ଷ୍ଟାର୍ଲିନ, ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓ ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ସେହିଭଳି ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ, ଏନସିପି ମୁଖ୍ୟ ଶରଦ ପାୱାର, ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ, ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଓ ଉପ ମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବ, ନ୍ୟାସନାଲ କନଫରେନ୍ସ ନେତା ଫାରକୁ ଅବ୍ଦୁଲ୍ଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା