ସୁପ୍ରିମକୋର୍ଟର ନୂଆ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ପ୍ରଶାନ୍ତ କୁମାର ମିଶ୍ର ଏବଂ ବରିଷ୍ଠ ଆଇନଜୀବୀ କେଭି ବିଶ୍ୱନାଥନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଶପଥ ନେଲେ ସୁପ୍ରିମକୋର୍ଟର ଦୁଇ ବିଚାରପତି । ପୂରଣ ହେଲା ସୁପ୍ରିମକୋର୍ଟର ୩୪ ବିଚାରପତି ପଦବୀ । ସୁପ୍ରିମକୋର୍ଟର ନୂଆ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ପ୍ରଶାନ୍ତ କୁମାର ମିଶ୍ର ଏବଂ ବରିଷ୍ଠ ଆଇନଜୀବୀ କେଭି ବିଶ୍ୱନାଥନ । ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ ନୂଆ ବିଚାରପତିଙ୍କୁ ଗୋପନୀୟତାର ଶପଥ ପାଠ କରାଇଥିଲେ ।

ମେ’ ୧୬ ତାରିଖରେ ପ୍ରଧାନ ବିଚାରପତି ଜଷ୍ଟିସ ଚନ୍ଦ୍ରଚୂଡଙ୍କ ଅଧ୍ୟକ୍ଷତାରେ ବସିଥିବା ସୁପ୍ରିମକୋର୍ଟ କଲେଜିୟମ ଜଷ୍ଟିସ ମିଶ୍ରା ଓ ବିଶ୍ୱନାଥନଙ୍କ ନାଁ ବିଚାରପତି ପଦ ପାଇଁ ସୁପାରିସ କରିଥିଲେ। ଗୁରୁବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ନିଯୁକ୍ତି ଉପରେ ମୋହର ମାରିଥିଲେ। ଏନେଇ ଟ୍ୱିଟ କରି ସୂଚନା ଦେଇଥିଲେ ନୂଆ କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ।ବିଶ୍ୱନାଥନ ଆଇନଜୀବୀରୁ ସିଧାସଳଖ ବିଚାରପତି ହୋଇଥିବା ବେଳେ ଜଷ୍ଟିସ ପ୍ରଶାନ୍ତ କୁମାର ମିଶ୍ର ଆନ୍ଧ୍ର ପ୍ରଦେଶ ହାଇକୋର୍ଟର ମୁଖ୍ୟ ବିଚାରପତି ଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ