Masthead

ନୂଆ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେବେ ବିକ୍ରମ, ସାରଦା ଓ ସୁଦାମ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସବୁ କଳ୍ପନା ଜଳ୍ପନାର ହେଲା ଅନ୍ତ । ଆଜି ଶପଥ ନେବେ ୩ ମନ୍ତ୍ରୀ । ବିକ୍ରମ କେଶରୀ ଆରୁଖ, ଶାରଦା ନାୟକ ଓ ସୁଦାମ ମାରାଣ୍ଡି ମନ୍ତ୍ରୀ ଭାବେ ଶପଥ ନେବେ । ଏହି ୩ନେତାଙ୍କୁ ମିଳିବ କ୍ୟାବିନେଟ୍ ପାହ୍ୟା । ଲୋକସେବା ଭବନରେ ଆୟୋଜିତ ହେବ ଶପଥ ଗ୍ରହଣ ଉତ୍ସବ । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ନୂତନ ମନ୍ତ୍ରୀଙ୍କୁ ଶପଥପାଠ କରାଇବେ । ସକାଳ ୯ଟା ୫୦ରେ ଆୟୋଜିତ ହେବ ଶପଥ ଗ୍ରହଣ ଉତ୍ସବ । ଶପଥପାଠ କରାଇବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ସପ୍ତାହେ ତଳେ ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଥିଲେ ସମୀର ଦାଶ ଓ ଶ୍ରୀକାନ୍ତ ସାହୁ। ବାଚସ୍ପତି ବିକ୍ରମ କେଶରୀ ଆରୁଖ ମଧ୍ୟ ପଦ ଛାଡ଼ିଥିଲେ।

ସେହିପରି ସ୍ୱାଗତ ନବକିଶୋର ଦାସଙ୍କ ଦେହାନ୍ତ ପରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ପାଖରେ ସ୍ବାସ୍ଥ୍ୟ ବିଭାଗ ରହିଥିବା ବେଳେ ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ଗଣଶିକ୍ଷା ଓ ଶ୍ରମ ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ସେପଟେ ବିକ୍ରମ କେଶରୀ ଆରୁଖ, ଶାରଦା ନାୟକ ଓ ସୁଦାମ ମାରାଣ୍ଡିଙ୍କୁ କେଉଁ ବିଭାଗ ମିଳିବ ଜଣାପଡି ନାହିଁ । ତେବେ ବାଚସ୍ପତି କିଏ ହେବ ତାହା ମଧ୍ୟ ସ୍ପଷ୍ଟ ହୋଇ ନାହିଁ । ୧୧ ମାସ ତଳେ ମନ୍ତ୍ରୀମଣ୍ଡଳରେ ବିଭାଗ ଅଦଳବଦଳ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା