Masthead

ଆରୁଖଙ୍କୁ ଅର୍ଥ, ସୁଦାମଙ୍କୁ ଶିକ୍ଷା, ସାରଦାଙ୍କୁ ଶ୍ରମ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟ ମନ୍ତ୍ରିମଣ୍ଡଳର ସଂପ୍ରସାରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୩ ଜଣ ନୂଆ କ୍ୟାବିନେଟ ମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରିଛନ୍ତି । ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ମନ୍ତ୍ରୀଙ୍କ ମଧ୍ୟରେ ବିଭାଗ ବଂଟନ ବି ସରିଛି ।ଭଞ୍ଜନଗର ବିଧାୟକ ବିକ୍ରମ କେଶରୀ ଆରୁଖ ମନ୍ତ୍ରିମଣ୍ଡଳରେ ସାମିଲ ହୋଇଛନ୍ତି । ତାଙ୍କୁ ଅର୍ଥ ବିଭାଗ ଦାୟିତ୍ୱ ମିଳିଛି । ବାଙ୍ଗିରିପୋଷୀ ବିଧାୟକ ସୁଦାମ ମାରାଣ୍ଡି ମନ୍ତ୍ରୀ ହେବା ପରେ ତାଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ଦାୟିତ୍ୱ ଦିଆଯାଇଛି । ସେହିଭଳି କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ରାଉରକେଲା ବିଧାୟକ ସାରଦା ନାୟକଙ୍କୁ ଶ୍ରମ ବିଭାଗ ମିଳିଛି । ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଠାରୁ ଅର୍ଥ ବିଭାଗ କାଢ଼ି ଅଣାଯାଇଛି ।

ତାଙ୍କୁ ସ୍ୱାସ୍ଥ୍ୟ ଓ ସଂସଦୀୟ ବ୍ୟାପାର ବିଭାଗ ଦିଆଯାଇଛି । ଶପଥ ଗ୍ରହଣ ପରେ ସେମାନଙ୍କୁ ଯେଉଁ ଦାୟିତ୍ୱ ଦିଆଯାଇଛି ତାକୁ ଠିକ ଭାବେ ନିର୍ବାହ କରିବେ ବୋଲି ନବ ନିଯୁକ୍ତ ମନ୍ତ୍ରୀ ମାନେ କହିଛନ୍ତି । ରାଜ୍ୟ ମନ୍ତ୍ରିମଣ୍ଡଳର ସଂପ୍ରସାରଣକୁ ନେଇ କିଛି ଦିନ ଧରି ଲାଗି ରହିଥିବା କଳ୍ପନାଜଳ୍ପନାର ଅବସାନ ଘଟିଛି । ଲୋକସେବା ଭବନ ସମ୍ମିଳନୀ କକ୍ଷରେ ୩ ଜଣ ନୁଆମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି । ରାଜ୍ୟପାଳ ନବ ନିଯୁକ୍ତ ମନ୍ତ୍ରୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଶପଥ ସମାରୋହରେ ବହୁ ମାନ୍ୟଗଣ୍ୟ ଅତିଥି ସାମିଲ ହୋଇଥିଲେ ।

ଶପଥ ସମାରୋହ ପରେ ନବ ନିଯୁକ୍ତ ମନ୍ତ୍ରୀ ମାନେ ପ୍ରଥମେ ବିଜେଡି ରାଜ୍ୟ କାର୍ଯ୍ୟାଳୟ ଶଂଖ ଭବନ ଓ ପରେ ନବୀନ ନିବାସ ଯାଇଥିଲେ । ପରେ ସେମାନଙ୍କ ମଧ୍ୟରେ ବିଭାଗ ବଂଟନ ହୋଇଥିଲା । କିଛି ଦିନ ତଳେ ରାଜ୍ୟ ମନ୍ତ୍ରିମଣ୍ଡଳରୁ ଦୁଇଜଣ ମନ୍ତ୍ରୀ ଇସ୍ତଫା ଦେଇଥିଲେ । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଏବଂ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଇସ୍ତଫା ଦେବା ଫଳରେ ଦୁଇଟି ମନ୍ତ୍ରୀ ପଦ ଖାଲିପଡ଼ିଲା । ସେହିଭଳି ସ୍ୱାସ୍ଥ୍ୟମନ୍ତ୍ରୀ ଥିବା ନବ ଦାସଙ୍କୁ ହତ୍ୟା କରାଯିବା ପରେ ଗୋଟିଏ ମନ୍ତ୍ରୀ ପଦ ପୂର୍ବରୁ ଖାଲି ପଡ଼ିଥିଲା । କେତେକ ମନ୍ତ୍ରୀଙ୍କ ହାତରେ ଏବେ ଏକାଧିକ ବିଭାଗ ରହିଛି । ତେଣୁ ସେମାନଙ୍କ ବୋଝ କମାଇବା ପାଇଁ ମନ୍ତ୍ରିମଣ୍ଡଳର ବିସ୍ତାର ଅବଶ୍ୟମ୍ଭାବୀ ହୋଇପଡ଼ିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି