Masthead

କେତେ ଦିନ ଆଉ ଓଡ଼ିଶା ଲୋକଙ୍କୁ ଦିନରେ ଲଣ୍ଠନ ଦେଖାଇବେ: ଗୋଲକ ମହାପାତ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମନ୍ତ୍ରିମଣ୍ଡଳ ଅଦଳ ବଦଳକୁ ନେଇ ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ପ୍ରତିକ୍ରିୟା । କହିଛନ୍ତି ନୂଆ ବୋତଲରେ ପୁରୁଣା ମଦ । ନୂଆ ମନ୍ତ୍ରୀ ପଦ ମିଳିଥିବା ନେତା ମାନେ ଦକ୍ଷ ଏବଂ ବରିଷ୍ଠ ବୋଲି କହି ମନ୍ତ୍ରୀ ପଦ ଦିଆଗଲା । ଏମାନେ କଣ ଆଗରୁ ଦକ୍ଷ ନଥିଲେ । ଆଗରୁ କାହିଁକି ବାହାର କରାଯାଇଥିଲା । ଏବେ ପୁଣି କାହିଁକି ମନ୍ତ୍ରୀ କରାଗଲା ବୋଲି ପ୍ରଶ୍ନ କରିଛି ବିଜେପି । ସରକାର ଚଳାଉଛି କିଏ ବୋଲି ନଡ୍ଡା କହିଥିଲେ ।

ଆଜି ଯାଏଁ ତାହାର ଉତ୍ତର ଦେଇ ପାରିଲେ ନାହିଁ ସରକାର । ଶିକ୍ଷା ବିଭାଗ ମନ୍ତ୍ରୀଙ୍କୁ ବାହାର କରି ଶିକ୍ଷା ସହ ଖେଳ ଖେଳିଲେ । ଖାଲି ଲୋକଙ୍କୁ ଭ୍ରମିତ କରିବା ପାଇଁ ଏଭଳି କରାଯାଉଛି । ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ପାଇଁ ସମୀର ଦାସଙ୍କୁ ବାହାର କଲେ । ଶ୍ରୀକାନ୍ତ ସାହୁଙ୍କୁ ବାହାର କଲେ । ସରକାର ମାନୁଛନ୍ତି ଏମାନେ ଦୋଷୀ ବୋଲି । ତାହେଲେ କାହିଁକି କାର୍ଯ୍ୟାନୁଷ୍ଠାନ ନେଇ ନାହାନ୍ତି ।

ମନ୍ତ୍ରୀ ବଦଳିଲେ ଶାସନ ଉପରେ କୌଣସି ପ୍ରଭାବ ପଡ଼ିବ ନାହିଁ । କାରଣ ଏଥିରେ କୌଣସି ନୂତନତ୍ବ ନାହିଁ । କେତେ ଦିନ ଆଉ ଓଡ଼ିଶା ଲୋକଙ୍କୁ ଦିନରେ ଲଣ୍ଠନ ଦେଖାଇବେ । ଯାହା କରୁଛନ୍ତି କେବଳ ଧର୍ମକୁ ଆଖି ଠାର । ବିଜେପି ଉପରେ କୌଣସି ପ୍ରଭାବ ପଡ଼ିବ ନାହିଁ । ୨୦୨୪ରେ ସରକାର କରିବ ବିଜେପି । ମନ୍ତ୍ରୀଙ୍କର କୌଣସି ଅଧିକାର ନାହିଁ । ମନ୍ତ୍ରୀ ହେଲେ ନୂଆ କଣ କରିବେ । ମନ୍ତ୍ରୀମାନେ କେବଳ ରବର ଷ୍ଟାମ୍ପ । ରାଜ୍ୟ ସରକାର ଝୁନଝୁନା ଧରେଇ ଦେଇଛନ୍ତି । ଅସନ୍ତୋଷ ଓ ଅନ୍ତଃ କନ୍ଦଳ ଦୂର କରିବା ପାଇଁ ମନ୍ତ୍ରୀ ପଦ ନାରେ ଝୁନଝୁନା ଧରେଇ ଦେଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି