Masthead

ମାଓବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ

ବାଲିଗୁଡ଼ା (ବଡ଼ ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ଥାନା ମୁଣ୍ଡିଗଡ ପଞ୍ଚାୟତ ଓ କରୁକୁଡୁପା ପଞ୍ଚାୟତ ସୀମାନ୍ତ ନିକଟସ୍ତ ଜଙ୍ଗଲରେ ସୁରକ୍ଷାକର୍ମୀ -ମାଓବାଦୀ ମଧ୍ୟରେ ଗୁଳିବିନିମୟ । ସମ୍ପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରିଛି ପୋଲିସ । ଗୁଇନ୍ଦା ସୂଚନା ଆଧାରରେ ସମ୍ପୃକ୍ତ ଅଞ୍ଚଳରେ ଏସଓଜି ଯବାନମାନେ କୁମ୍ବିଂ ଅପରେସନ୍ ଚଳାଇଥିଲେ । ଆଜି ସକାଳ ପ୍ରାୟ ୫ଟା ୪୦ମିନିଟ୍ ସମୟରେ ସିନ୍ଧିପଙ୍ଖାଲ ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀ ମୁହାଁମୁହିଁ ହୋଇଥିଲେ ।

କିଛି ସମୟ ଧରି ଉଭୟଙ୍କ ମଧ୍ୟରେ ଗୁଳିବିନିମୟ ଘଟିବା ପରେ ମାଓବାଦୀମାନେ ଘଟଣାସ୍ଥଳରୁ ଛତ୍ରଭଙ୍ଗ ଦେଇଥିବା ଜଣାପଡ଼ିଛି । ଘଟଣାସ୍ଥଳରୁ ବିଭିନ୍ନ ମାଓ ସାମଗ୍ରୀ ଜବତ ହୋଇଥିବା ବେଳେ କିଛି ମାଓବାଦୀ ସୁରକ୍ଷାକର୍ମୀଙ୍କ ଗୁଳିରେ ଗୁରୁତର ଆହତ ହୋଇଥିବା ବିଶ୍ବସ୍ତ ସୂତ୍ରରୁ ଜଣାପଡ଼ିଛି । ତେବେ ଏଯାବତ୍ କାହାର ମୃତାହତ ଖବର ସ୍ପଷ୍ଟ ହୋଇପାରିନାହିଁ । ସେପଟେ କିଛିଦିନର ନିରବତା ପରେ କନ୍ଧମାଳରେ ଲାଲ୍ ବାହିନୀ ପୁଣିଥରେ ନିଜର ସ୍ଥିତି ଜାହିର କରୁଛି । ଅନ୍ୟପଟେ ଏହି ଗୁଳିବିନିମୟ ଘଟଣାକୁ ନେଇ ଅଞ୍ଚଳବାସୀଙ୍କ ମନରେ କୋକୁଆ ଭୟ ସୃଷ୍ଟି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ