Masthead

ନୂଆ ସଂସଦ ଭବନ ଉଦଘାଟନ ଉତ୍ସବରେ ଯୋଗ ଦେବ ବିଜେଡି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ମେ’ ୨୮ରେ ହେବ ଦିଲ୍ଲୀରେ ନୂଆ ସଂସଦ ଭବନ ଉଦଘାଟନ । ଉଦଘାଟନ ଉତ୍ସବରେ ଯୋଗ ଦେବ ବିଜେଡି । ଏହି ଉତ୍ସବରେ ବିଜେଡି ସାମିଲ ହେବ ବୋଲି ବୁଧବାର ଏକ ପ୍ରେସ୍ ରିଲିଜ ଜାରି କରିଛି । ବିଜେଡି ମୁଖପାତ୍ର ସସ୍ମିତ ପାତ୍ର ଏନେଇ ଏକ ପ୍ରେସ ରିଲିଜ ଜାରି କରିଛନ୍ତି । ସେ କହିଛନ୍ତି ଭାରତୀୟ ରାଷ୍ଟ୍ର ମୁଖ୍ୟ ହେଉଛନ୍ତି ଭାରତର ରାଷ୍ଟ୍ରପତି।

ସେହିପରି ସଂସଦ ଭବନ ଭାରତର ୧୪୦ କୋଟି ଲୋକଙ୍କ ପ୍ରତିନିଧିତ୍ୱ କରେ। ଏହି ଦୁଇ ସଂସ୍ଥା ହେଉଛି ଭାରତୀୟ ଗଣତନ୍ତ୍ରର ପ୍ରତୀକ ଓ ଭାରତୀୟ ସମ୍ବିଧାନ ଦ୍ୱାରା ଉଭୟ ଅଧିକାରପ୍ରାପ୍ତ। ବିଜେଡି ନିଶ୍ଚିତ ଭାବେ ଏହି ମହତ୍ୱ କାର୍ୟ୍ୟରେ ଉପସ୍ଥିତ ରହିବ ବୋଲି ଦଳ ପକ୍ଷରୁ ସ୍ପଷ୍ଟ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ