Masthead

ସ୍ତ୍ରୀକୁ ଖଣ୍ଡ ଖଣ୍ଡ କଲା ସ୍ୱାମୀ

ଗଜପତି (ବଡ଼ ଖବର ବ୍ୟୁରୋ):  ସ୍ତ୍ରୀର ମୁଣ୍ଡକୁ କାଟି ଘରକୁ ନେଇ ଆସିଲା ସ୍ବାମୀ । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲ୍ଲା କାଶୀନଗର ଥାନା ସାରା ଗ୍ରାମରେ। କାଶୀନଗର ପୁଲିସ ଘଟଣା ସ୍ଥଳରେ ପହଞ୍ଚି ସ୍ବାମୀକୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି। ଆଜି ସକାଳେ ସ୍ବାମୀ ସ୍ତ୍ରୀ ଦୁହେଁ ମିଶି ବଗଡକୁ ଚାଷ କରିବା ପାଇଁ ଯାଇଥିବା ବେଳେ ସେମାନଙ୍କ ମଧ୍ୟରେ କୌଣସି କାରଣ କୁ ନେଇ  ବଚସା ହୋଇଥିଲା। ପରେ ଏହା ଉଗ୍ରରୂପ ନେଇଥିଲା।

ଫଳରେ ଉତକ୍ଷିପ୍ତ ସ୍ବାମୀ ଚନ୍ଦ୍ରଶେଖର କାର୍ୟି ଧରିଥିବା କଟୁରୀରେ ସ୍ତ୍ରୀ ଉର୍ମିଳା କାର୍ୟିର ମୁଣ୍ଡକୁ ଗଣ୍ଡିରୁ ଅଲଗା କରିଦେଇଥିଲା। ଏହାପରେ ଘଟଣାସ୍ଥଳରେ ଗଣ୍ଡିକୁ ଛାଡ଼ିଦେଇ କଟା ମୁଣ୍ଡକୁ ସାଙ୍ଗରେ ଧରି ଚନ୍ଦ୍ରଶେଖର ଘରକୁ ଆସିଥିଲା। ଖବର ପାଇ କାଶୀନଗର ଥାନା ପୁଲିସ  ଘଟଣା ସ୍ଥଳରେ ପହଞ୍ଚି ହତ୍ୟାକାରୀ ସ୍ବାମୀକୁ ଅଟକ ରଖି ତଦନ୍ତ ଆରମ୍ଭ କରିଥିବା ଥାନା ଅଧିକାରୀ ସୁଶାନ୍ତ ସାହୁ କହିଛନ୍ତି। ଚନ୍ଦ୍ରଶେଖର ଏବଂ ଉର୍ମିଳାଙ୍କ ବିବାହ ୪ ବର୍ଷ ହେଲା ହୋଇଥିଲେ ମଧ୍ୟ ପାରିବାରିକ କଳହଳ ଲାଗି ରହିଥିଲା। ଯାହାର କରୁଣ ପରିଣତି ଆଜି ଦେଖିବାକୁ ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି