Masthead

କିଏ କରିବ ନୂଆ ସଂସଦ ଭବନ ଉଦଘାଟନ, ଆଜି ସୁପ୍ରିମ ଶୁଣାଣି

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ): ନୂଆ ସଂସଦ ଭବନକୁ ନେଇ ଲାଗି ରହିଛି ବିବାଦ । କିଏ କରିବ ନୂଆ ସଂସଦ ଭବନ ଉଦଘାଟନ । ତାକୁ ନେଇ ରାଜନୈତିକ ବିବାଦ ଦେଖାଦେଇଥିବାବେଳ ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ ହୋଇଛି । ଆଜି ଏହି ମାମଲାର ଶୁଣାଣି ହେବାର ସୂଚନା ରହିଛି । ନୂଆ ସଂସଦ ଭବନ ରାଷ୍ଟ୍ରପତିଙ୍କ ଦ୍ୱାରା ଉଦ୍ଘାଟନ କରାଇବା ପାଇଁ ଲୋକସଭା ସଚିବାଳୟ ଏବଂ କେନ୍ଦ୍ର ସରକାଙ୍କୁ ନିର୍ଦ୍ଦେଶ ଦିଆଯାଉ ବୋଲି ନିବେଦନ କରି ସୁପ୍ରିମ୍ କୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ କରାଯାଇଥିଲା ।

ଆଡଭୋକେଟ୍ ସି.ଆର ଜୟ ସୁକିନ୍ ଫାଇଲ୍ କରିଥିବା ଏହି ଆବେଦନରେ କୁହାଯାଇଛି ଯେ ଉଦଘାଟନ ଉତ୍ସବରେ ରାଷ୍ଟ୍ରପତିଙ୍କୁ ଅନ୍ତର୍ଭୁକ୍ତ ନ କରାଇ କେନ୍ଦ୍ର ସରକାର ଭାରତର ସମ୍ବିଧାନ ଉଲଂଘନ କରିଛନ୍ତି । ସଂସଦ ହେଉଛି ଭାରତର ସର୍ବୋଚ୍ଚ ଆଇନ ପ୍ରଣୟନକାରୀ ସଂସ୍ଥା । ରାଷ୍ଟ୍ରପତି ଏବଂ ଦୁଇ ଗୃହ ଲୋକସଭା ଓ ରାଜ୍ୟସଭାକୁ ନେଇ ସଂସଦ ଗଠିତ । ସଂସଦ ବା ଲୋକସଭା ଭାଙ୍ଗିବାର କ୍ଷମତା ରାଷ୍ଟ୍ରପତିଙ୍କର ଅଛି ବୋଲି ଉକ୍ତ ପିଟିସନରେ ଉଲ୍ଲେଖ କରାଯାଇଛି । ମେ ୨୮ ରେ ପ୍ରଧାନମନ୍ତ୍ରୀ ନୂଆ ସଂସଦ ଭବନର ଉଦଘାଟନ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି