Masthead

ଜୀବନକୁ ବାଜି ଲଗାଇ ନଦୀ ପାର ହୋଉଛନ୍ତି ଲୋକେ

ସୋରଡ଼ା, (ବଡ଼ ଖବର ବ୍ୟୁରୋ) : ଲଘୁଚାପଜନିତ ଲଗାଣ ବର୍ଷାରେ ଭାସିଯାଇଛି ଗୋକୁଳପୁର ନିକଟ ପଦ୍ମାନଦୀର ପୋଲ। ୧୦ ଖଣ୍ଡ ଗାଁ ଲୋକେ ବାହ୍ୟଜଗତରୁ ବିଛିନ୍ନ ହୋଇରହିଛନ୍ତି । ଗଛର ଗଣ୍ଡି ଉପରେ ଜୀବନକୁ ବାଜି ଲଗାଇ ନଦୀ ପାର ହେଉଛନ୍ତି ଲୋକ । ଏ ଦୃଶ୍ୟ ହେଉଛି ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ବୋରଦା ପଞ୍ଚାୟତ ଗୋକୁଳପୁର ଗ୍ରାମର । ଗୋକୁଳପୁର ଠାରୁ ଡୁମ୍ବୁଳା ଗ୍ରାମକୁ ସଂଯୋଗ କରୁଛି ଏହି ରାସ୍ତା । ଦୁଇଦିନ ଧରି ବର୍ଷାର ପ୍ରଭାବରେ ଗତକାଲି ସକାଳୁ ପୋଲଟି ଭାସି ଯାଇଛି ।

ଯାହା ଫଳରେ ଲୋକ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଲୋକେ ବଜାର, ମେଡିକାଲ, ରୋଗୀସେବା ପାଇବାରୁ ବଞ୍ଚିତ । ସେପଟେ ବ୍ରିଜ ଭାସି ଯିବାର ୨୪ ଘଣ୍ଟା ବିତି ଯାଇଥିଲେ ମଧ୍ୟ କୌଣସି ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ନାହାନ୍ତି । ଯୁଦ୍ଧକାଳୀନଭିତ୍ତିରେ ରାସ୍ତା ସଂଯୋଗ କରିବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ