Masthead

ପାକିସ୍ତାନରେ ହିମସ୍ଖଳନ, ୧୦ ମୃତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପାକିସ୍ତାନ ଗିଲଗିଟ୍‌-ବାଲତିସ୍ତାନ ଅଞ୍ଚଳରେ ହିମସ୍ଖଳନ ଯୋଗୁଁ ୧୦ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୫ଜଣ ଆହତ ହୋଇଥିବା କଥା ପୋଲିସ କହିଛି। ପୋଲିସର ସୂଚନାନୁସାରେ, ପାହାଡ ଅଞ୍ଚଳର ଆଷ୍ଟୋର ଜିଲ୍ଲାରେ ଘଟିଥିବା ଏହି ଦୁର୍ଘଟଣାରେ ୩ ଜଣ ମହିଳାଙ୍କ ସମେତ ୧୦ଜଣ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ୨୫ ଜଣ ଗୁରୁତର ଆହତ ହୋଇଛନ୍ତି। ସ୍ଥାନୀୟ ଲୋକଙ୍କ ସହାୟତାରେ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲା।

ପରେ ସେନା କର୍ମଚାରୀମାନେ ଏହି ଅଭିଯାନରେ ଯୋଗ ଦେଇଛନ୍ତି। ଆହତମାନେ ଆଷ୍ଟୋର ଜିଲ୍ଲା ମୁଖ୍ୟାଳୟ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି ଯେଉଁଠାରେ ୧୨ ଜଣଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଛି। ଉଦ୍ଧାର ଅଧିକାରୀମାନେ କହିଛନ୍ତି ଯେ, ଗୁରୁଜାର ପରିବାରର ୨୫ ଜଣ ଲୋକ ପାକିସ୍ତାନ ଅକ୍ତିଆର ହୋଇଥିବା କାଶ୍ମୀରରୁ ଆଷ୍ଟୋର ଅଭିମୁଖେ ଯାଉଥିଲେ । ସେପଟେ ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ୍‌ ଶରିଫ୍‌ ମଧ୍ୟ ଟୁଇଟ୍‌ କରି ଶୋକବ୍ୟକ୍ତ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ