Masthead

ଜୁନ ୧୨ରେ ବିରୋଧୀଙ୍କ ମହାବୈଠକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ନେତୃତ୍ୱରେ ପାଟନାରେ ଜୁନ ୧୨ ରେ ବିଜେପି ବିରୋଧୀ ଦଳ ଗଠନ ପାଇଁ ଏକ ମହାବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ମମତା ବାନାର୍ଜୀଙ୍କ ସମେତ ଅନ୍ୟ ବିରୋଧୀ ଦଳର ନେତାମାନେ ଅଂଶଗ୍ରହଣ କରିବେ। ଅଣଏନଡିଏ ମେଣ୍ଟର ରାଜନୈତିକ ଦଳଙ୍କୁ ନେଇ ୨୦୨୪ ନିର୍ବାଚନ ପାଇଁ ଏକଜୁଟ କରିବା ସହ ନିଜ ନିଜ ଭିତରେ ସମନ୍ୱୟ ରକ୍ଷା କରିବା ଉପରେ ଗୁରୁତ୍ୱ ଦିଆଯିବ ।

ଜେଡିୟୁ ମୁଖପାତ୍ର ମନଜିତ ସିଂ ଏହି ସୂଚନା ଦେଇଛନ୍ତି । ଜୁନ ୧୨ ରେ ବିହାରରେ ଭାଜପା ବିରୋଧୀ ଦଳର ଏକ ବୈଠକ ଅନୁଷ୍ଠିତ ହେଉଛି। ସେହି ସଭାରେ ଯୋଗଦେବା ପାଇଁ ମମତା ବାନାର୍ଜୀ ୧୧ ତାରିଖ କୋଲକାତା ଛାଡି ପାଟନା ଅଭିମୁଖେ ଯାଉଛନ୍ତି।ପାଟଣାର ସମସ୍ତ ବିଜେପି ବିରୋଧୀ ରାଜନୈତିକ ଦଳ ଏହି ସଭାରେ ଅଂଶଗ୍ରହଣ କରିବେ ବୋଲି ଆଶା କରାଯାଉଛି। ସେପଟେ ୨୦୨୪ ନିର୍ବାଚନ ପାଇଁ ବିରୋଧୀ ଦଳଙ୍କୁ ଏକଜୁଟ କରିବା ପାଇଁ ନୀତିଶ କୁମାର ଚେଷ୍ଟା ଚଳାଇଆସୁଛନ୍ତି ।

କିଛି ଦିନ ତଳେ ସେ ୟୁପିର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ , ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ମେ ୨୨ ତାରିଖରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ, କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଦିଲ୍ଲୀରେ ସାକ୍ଷାତ କରିଥିଲେ ନୀତିଶ । ଆସନ୍ତା ୧୨ ତାରିଖରେ ପାଟନାରେ ମୋଦୀ ବିରୋଧୀଙ୍କ ବଡ ବୈଠକ ହେବ ବୋଲି ଗଣମାଧ୍ୟମରେ ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁବନେଶ୍ୱରରେ ହେବ ଭିସା ସେଣ୍ଟର 🔴 ମଣ୍ଡେଇ ମହୋତ୍ସବରେ ମନ୍ତ୍ରୀ-ବିଧାୟକ ମୁହାଁମୁହିଁ 🔴 କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ 🔴 ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା 🔴 ଦୁଇ ସପ୍ତାହ କଲବଲ କରିବ ଜାଡ଼ 🔴 ବିଦ୍ୟାଳୟରୁ ତାଲା ଭାଙ୍ଗି ଲୁଟ୍ 🔴 ଅଡୁଆରେ ବାଣପୁର ଥାନା ପୋଲିସ 🔴 ବିପଦରେ ମେଘନାଦ ପାଚେରି 🔴 ଦିଲ୍ଲୀ ବିସ୍ଫୋରଣ ଘଟଣା, ଓଡ଼ିଶା ଲିଙ୍କ୍‌ 🔴 କଲବଲ କରୁଛି ପ୍ରବଳ ଥଣ୍ଡା 🔴 ଭୁବନେଶ୍ୱରରେ ହେବ ଭିସା ସେଣ୍ଟର 🔴 ମଣ୍ଡେଇ ମହୋତ୍ସବରେ ମନ୍ତ୍ରୀ-ବିଧାୟକ ମୁହାଁମୁହିଁ 🔴 କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ 🔴 ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା 🔴 ଦୁଇ ସପ୍ତାହ କଲବଲ କରିବ ଜାଡ଼ 🔴 ବିଦ୍ୟାଳୟରୁ ତାଲା ଭାଙ୍ଗି ଲୁଟ୍ 🔴 ଅଡୁଆରେ ବାଣପୁର ଥାନା ପୋଲିସ 🔴 ବିପଦରେ ମେଘନାଦ ପାଚେରି 🔴 ଦିଲ୍ଲୀ ବିସ୍ଫୋରଣ ଘଟଣା, ଓଡ଼ିଶା ଲିଙ୍କ୍‌ 🔴 କଲବଲ କରୁଛି ପ୍ରବଳ ଥଣ୍ଡା