Masthead

ଶାନ୍ତି ଫେରିବା ପାଇଁ ପ୍ରତିନିଧିଙ୍କ ସହ ଆଲୋଚନା କରିବେ ଗୃହମନ୍ତ୍ରୀ

ମଣିପୁର  (ବଡ଼ ଖବର ବ୍ୟୁରୋ):  ହିଂସାରେ ଜଳୁଛି ମଣିପୁର । ଉଗ୍ରପନ୍ଥୀମାନେ ସାଧାରଣ ଲୋକଙ୍କ ଉପରେ ଆକ୍ରମଣ କରିବା ସହ ଘର ଜାଳି ଦେଉଛନ୍ତି । ଗତ ରାତିରେ ସଶସ୍ତ୍ର ଉଗ୍ରପନ୍ଥୀମାନେ ବ୍ୟାପକ ହିଂସା ଭିଆଇଛନ୍ତି। ବିଭିନ୍ନ ଅଂଚଳରେ ଲୋକଙ୍କ ଉପରେ ଆକ୍ରମଣ କରିଛନ୍ତି ।  ୫ଟି ସ୍ଥାନରେ ସୁରକ୍ଷାବାହିନୀ ଓ ଉଗ୍ରପନ୍ଥୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି। ଆଜି ଭୋର୍‌ ସମୟରେ ଇମ୍ଫାଲ ଘାଟି ଏବଂ ଏହାର ନିକଟବର୍ତ୍ତୀ ୫ଟି ଅଞ୍ଚଳରେ ଉଗ୍ରପନ୍ଥୀମାନେ ଏକସଂଗରେ ପ୍ରଚଣ୍ଡ ଆକ୍ରମଣ କରିଥିଲେ। ସୁରକ୍ଷା ବାହିନୀ ଓ ଉଗ୍ରପନ୍ଥୀଙ୍କ ମଧ୍ୟରେ ସନ୍ଧ୍ୟା ସୁଦ୍ଧା ଗୁଳି ବିନିମୟ ଜାରି ରହିଥିବା ବେଳେ ଏଥିରେ ମୋଟ ୪୦ ଉଗ୍ରପନ୍ଥୀ ନିହତ ହୋଇଥିବା ଜଣାପଡ଼ିଛି।

କେତେକ ଉଗ୍ରପନ୍ଥୀ ଗିରଫ ହୋଇଛନ୍ତି ଏବଂ ସେମାନଙ୍କଠାରୁ ବିପୁଳ ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ ହୋଇଛି। ମୁଖ୍ୟମନ୍ତ୍ରୀ ଏନ୍‌ ବିରେନ ସିଂହ କହିଛନ୍ତି ଯେ ଉଗ୍ରପନ୍ଥୀମାନଙ୍କ ଯୋଜନାବଦ୍ଧ ଆକ୍ରମଣର କଡ଼ା ଜବାବ ଦେଇଛି ସୁରକ୍ଷା ବାହିନୀ। ଉପଦ୍ରୁତ ଅଞ୍ଚଳରେ ଉଗ୍ରପନ୍ଥୀଙ୍କୁ ଦମନ ଅଭିଯାନ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ସେପଟେ ଆଜି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ତିନି ଦିନ ପାଇଁ ମଣିପୁର ଗସ୍ତ କରିବେ । ମଣିପୁରରେ ଶାନ୍ତି ଫେରାଇ ଆଣିବା ପାଇଁ ପ୍ରତିନିଧିଙ୍କ ସହ ଆଲୋଚନା କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି