Masthead

ରାଜଧାନୀରେ ଚିନ୍ତା ବଢାଉଛି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜଧାନୀରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ରାଜଧାନୀ ବାସୀଙ୍କ ଅମାନିଆ ପଣ ଯୋଗୁଁ ରାଜଧାନୀରେ ବଢୁଛି ସ୍ଥାନୀୟ ସଂକ୍ରମଣ । ଆଜି ଦିନକରେ ରାଜଧାନୀ ଭୁବନେଶ୍ୱରରୁ ୨୬୭ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ୨୬୭ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୭୧ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୯୬ଜଣ ରହିଛନ୍ତି ସ୍ଥାନୀୟ ସଂକ୍ରମଣ । ଅନ୍ୟପଟେ ଆଜି ଦିନକରେ ୩୪୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି ।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬ ହଜାର ୨୮୩ରେ ପହଞ୍ଚିଛି । ଏହାସହିତ ୨୨ ହଜାର ୮୭୬ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଲେଣି । ଅନପଟେ ବର୍ତ୍ତମାନ ସୁଦ୍ଧା ୧୨୩ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୨୭୨ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଭୁବନେଶ୍ୱରରେ ଦିନକୁ ଦିନ ସ୍ଥାନୀୟ ସଂକ୍ରମିତ ବୃଦ୍ଧି ପାଉଥିବା ବେଳେ ଏହା ପ୍ରଶାସନର ଚିନ୍ତାର ବିଷୟ ପାଲଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା