Masthead

ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ପୁରୀ  (ବଡ଼ ଖବର ବ୍ୟୁରୋ): ଆଜି ଅପରାହ୍ନରେ ପୁରୀ ନିଳାଦ୍ରୀ ଭକ୍ତ ନିବାସରେ ଅନୁଷ୍ଠିତ ହେବ ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ବପୂର୍ଣ୍ଣ ବୈଠକ। ପରିଚାଳନା କମିଟିର କାର୍ଯ୍ୟକାରୀ ଅଧ୍ୟକ୍ଷ ତଥା ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ। ଆସନ୍ତା ୩୦ରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜାନ୍ଦ୍ରିଭିଷେକ ଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ଚୁଡାନ୍ତ ହୋଇଥିବା ନୀତି ନିର୍ଘଣ୍ଟକୁ ମୋହର ମାରିବ ପରିଚାଳନା କମିଟି।

ସେହିପରି ଜୁନ ୪ ରେ ଅନୁଷ୍ଠିତ ହେବାକୁ ଥିବା ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ସହ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା କିଭଳି ଶୃଙ୍ଖଳିତ ହେବ ସେନେଇ ବୈଠକରେ ଆଲୋଚନା ହେବ। ମହାପ୍ରଭୁଙ୍କ ଶୃଙ୍ଖଳିତ ନୀତି କାନ୍ତି, ଭକ୍ତଙ୍କ ସୁରକ୍ଷା ସହ ଶୃଙ୍ଖଳିତ ଦର୍ଶନ, ଶ୍ରୀମନ୍ଦିର ଐତିହ୍ୟ ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ୟ୍ୟର ଅଗ୍ରଗତି ସଂପର୍କରେ ମଧ୍ୟ ବୈଠକରେ ଆଲୋଚନା ହେବ।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ, ପରିଚାଳନା କମିଟି ସଦସ୍ୟ, ଜିଲ୍ଲାପାଳ ସମର୍ଥ ବର୍ମା, ଏସପି ଡଃ କନୱର ବିଶାଳ ସିଂଙ୍କ ସହ ବରିଷ୍ଠ ପ୍ରଶାସନିକ ଅଧିକାରୀ ମାନେ ବୈଠକରେ ଉପସ୍ଥିତ ରହିବେ। ସେପଟେ ରଥଯାତ୍ରା ସମୟରେ ଶ୍ରୀମନ୍ଦିର ସିଂହଦ୍ଵାର ରୂପା ଛାଉଣୀ ହେବା ନେଇ ହୋଇଥିବା ନିଷ୍ପତ୍ତି ଉପରେ ଆଲୋଚନା କରାଯିବ। ଗତ ଛତିଶା ନିଯୋଗ ବୈଠକରେ ରାଜାନ୍ଦ୍ରିଭିଷେକ ଠାରୁ ନୀଳାଦ୍ରି ବିଜେ ପର୍ୟ୍ୟନ୍ତ ଚୁଡାନ୍ତ ହୋଇଥିବା ସମସ୍ତ ନୀତି ନିର୍ଘଣ୍ଟକୁ ମୋହର ମାରିବ ଶ୍ରୀମନ୍ଦିର ପରିଚାଳନା କମିଟି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ