Masthead

ଜନ୍ତରମନ୍ତରରେ ଆନ୍ଦୋଳନ ପାଇଁ ମିଳିବନି ଅନୁମତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭବିଷ୍ୟତରେ ଜନ୍ତରମନ୍ତରରେ ଆନ୍ଦୋଳନ ପାଇଁ କୁସ୍ତିଯୋଦ୍ଧାମାନଙ୍କୁ ମିଳିବନିି ଅନୁମତି । ଜନ୍ତରମନ୍ତର ଛଡ଼ା ସେମାନଙ୍କୁ ଅନ୍ୟ ଉପଯୁକ୍ତ ସ୍ଥାନରେ ଅନୁମତି ଦିଆଯିବ। ଗତକାଲିର ଘଟଣା ପରେ ଦିଲ୍ଲୀ ପୁଲିସ ଏହି ସୂଚନା ଦେଇଛନ୍ତି । ସେପଟେ ଦିଲ୍ଲୀ ପୁଲିସ ଗତକାଲି ଆନ୍ଦୋଳନକାରୀ କୁସ୍ତିଯୋଦ୍ଧାଙ୍କ ବିରୋଧରେ ଦଙ୍ଗା ଭିଆଇବା ଅଭିଯୋଗରେ ମାମଲା ରୁଜୁ କରିଥିଲା। ରବିବାର ନୂଆ ସଂସଦଭବନ ଉଦଘାଟନ ଚାଲିଥିବା ସମୟରେ ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିଲା ସଂଘର୍ଷ ।

ଗୋଟିଏ ମାସରୁ ଅଧିକ ସମୟ ଧରି ଧାରଣାରେ ବସିଥିବା କୁସ୍ତିଯୋଦ୍ଧାମାନେ ମହାପଂଚାୟତ ବାହାର କରିବାକୁ ନିଷ୍ପତି ନେଇଥିଲେ । ଯାହାକୁ ବିରୋଧ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା ଦିଲ୍ଲୀ ପୁଲିସ । କୁସ୍ତିଯୋଦ୍ଧାଙ୍କୁ ହେପାଜତକୁ ନେବା ସହ ଧାରଣା ସ୍ଥଳରେ ଥିବା ଶିବିରକୁ ମଧ୍ୟ ଭାଙ୍ଗିଦିଆଯାଇଛି । କୁସ୍ତିଯୋଦ୍ଧା ସାକ୍ଷୀ ମଲ୍ଲିକ, ଭିନେଶ ଫୋଗଟ ଓ ବଜରଙ୍ଗ ପୁନିଆଙ୍କ ନାଁରେ ଏଫଆଇଆର ରୁଜୁ କରିଛି ।ମହିଳା କୁସ୍ତିଯୋଦ୍ଧାମାନଙ୍କ ପ୍ରତି ଦିଲ୍ଲୀ ପୁଲିସର ଏଭଳି ଆଚରଣକୁ ବିଭିନ୍ନ ମହଲରେ ନିନ୍ଦା କରାଯାଇଛି। ଏନସିପି ସୁପ୍ରିମୋ ଶରଦ ପାୱାର ଦିଲ୍ଲୀ ପୁଲିସର କାର୍ଯ୍ୟ ଯନ୍ତ୍ରଣାଦାୟକ ବୋଲି କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼