Masthead

ଗଙ୍ଗାରେ ମେଡାଲ ଭସାଇବେ ରେସଲର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ତେଜିବାରେ ଲାଗିଛି କୁସ୍ତି ଯୋଦ୍ଧାଙ୍କ ଆନେ୍ଦାଳନ । ପୁଲିସ ଆନ୍ଦୋଳନକାରୀ କୁସ୍ତିଯୋଦ୍ଧାଙ୍କ ବିରୋଧରେ ଦଙ୍ଗା ଭିଆଇବା ଅଭିଯୋଗରେ ମାମଲା ରୁଜୁ କରିଥିଲା। ଏପଟେ ଆଜି ସନ୍ଧ୍ୟାରେ ମେଡାଲକୁ ଗଙ୍ଗାରେ ଭସାଇବା ପାଇଁ କହିଛନ୍ତି ଆନେ୍ଦାଳନକାରୀ । ସେପଟେ ଭବିଷ୍ୟତରେ ଜନ୍ତରମନ୍ତରରେ ଆନ୍ଦୋଳନ ପାଇଁ କୁସ୍ତିଯୋଦ୍ଧାମାନଙ୍କୁ ମିଳିବନି ଅନୁମତି । ଜନ୍ତରମନ୍ତର ଛଡ଼ା ସେମାନଙ୍କୁ ଅନ୍ୟ ଉପଯୁକ୍ତ ସ୍ଥାନରେ ଅନୁମତି ଦିଆଯିବ। ଯାହାକୁ ନେଇ ଦିଲ୍ଲୀ ପୁଲିସ ଏହି ସୂଚନା ଦେଇଛନ୍ତି ।

ଅନ୍ୟପଟେ ଦିଲ୍ଲୀ ପୁଲିସ ଆନ୍ଦୋଳନକାରୀ କୁସ୍ତିଯୋଦ୍ଧାଙ୍କ ବିରୋଧରେ ଦଙ୍ଗା ଭିଆଇବା ଅଭିଯୋଗରେ ମାମଲା ରୁଜୁ କରିଥିଲା। ରବିବାର ନୂଆ ସଂସଦଭବନ ଉଦଘାଟନ ଚାଲିଥିବା ସମୟରେ ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିଲା ସଂଘର୍ଷ । ଗୋଟିଏ ମାସରୁ ଅଧିକ ସମୟ ଧରି ଧାରଣାରେ ବସିଥିବା କୁସ୍ତିଯୋଦ୍ଧାମାନେ ମହାପଂଚାୟତ ବାହାର କରିବାକୁ ନିଷ୍ପତି ନେଇଥିଲେ । ଯାହାକୁ ବିରୋଧ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା ଦିଲ୍ଲୀ ପୁଲିସ । କୁସ୍ତିଯୋଦ୍ଧାଙ୍କୁ ହେପାଜତକୁ ନେବା ସହ ଧାରଣା ସ୍ଥଳରେ ଥିବା ଶିବିରକୁ ମଧ୍ୟ ଭାଙ୍ଗିଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ