ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ବିଭାଗର ପରୀକ୍ଷା ଫଳ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପ୍ରକାଶ ପାଇଲା +୨ ବିଜ୍ଞାନ ଓ ବାଣିଜ୍ୟ ବିଭାଗର ପରୀକ୍ଷା ଫଳ। ଭୁବନେଶ୍ୱର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ରେଜଲ୍ଟ ଘୋଷଣା କରାଯାଇଛି । ରେଜଲ୍ଟ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡି । ଚଳିତବର୍ଷ ଯୁକ୍ତ ଦୁଇ ବିଜ୍ଞାନରେ ବିଜ୍ଞାନରେ ପାସ୍ ହାର ୮୪.୯୩% ରହିଛି । ସେହିପରି ଯୁକ୍ତ ଦୁଇ ବାଣିଜ୍ୟରେ ପାସ୍ ହାର ୮୧.୧୨% ରହିଛି । ୭୭ହଜାର ୪୬୮ ରେଗୁଲାର ପରୀକ୍ଷାର୍ଥୀ ପାସ କରିଛନ୍ତି । ୧୪୭୦ ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ପାସ କରିଛନ୍ତି ।

୩୯ହଜାର ୫୭୩ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ଦ୍ୱିତୀୟ ଶ୍ରେଣୀରେ ୨୪,୨୫୭ ଓ ତୃତୀୟ ଶ୍ରେଣୀରେ ୧୪,୮୫୨ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି । ତେବେ ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ ହାର ଅଧିକ ରହିଛି । ଛାତ୍ରଛାତ୍ରୀମାନେ www. orissaresults.nic.in ୱେବ୍‌ସାଇଟ୍ ଓ ସାମ୍ସ ପୋର୍ଟାଲ୍‌ରୁ ନିଜ ନିଜର ରେଜଲ୍ଟ ଜାଣିପାରିବେ। ମୋଟ୍‌ ୧୧୪୫ ପରୀକ୍ଷା କେନ୍ଦ୍ରରେ ସାଢେ଼ ୩ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଏଥିରୁ କଳାରେ ୨ ଲକ୍ଷ ୧୯ ହଜାର ୧୧୦, ବିଜ୍ଞାନରେ ୯୧,୩୭୯, ବାଣିଜ୍ୟରେ ୨୩,୧୪୮ଜଣ ଓ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ