Masthead

୨୦୨୨-୨୦୨୩ରେ ଦେଶର ଆର୍ଥିକ ଅଭିବୃଦ୍ଧି ୭.୨%

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭାରତ ଅଭିବୃଦ୍ଧି ବିଶ୍ୱରେ ସର୍ବାଧିକ । ଆକଳନରୁ ଅଧିକ ରହିଲା ଦେଶର ଜିଡିପି ଅଭିବୃଦ୍ଧି । ୨୦୨୨-୨୩ରେ ଦେଶର ଅଭିବୃଦ୍ଧି ହାର ୭.୨ ପ୍ରତିଶତ । ଗତ ଆର୍ଥିକ ବର୍ଷରେ ଅଭିବୃଦ୍ଧି ୯.୧% ଥିଲା । ଅଭିବୃଦ୍ଧି ୭ ପ୍ରତିଶତ ରହିବା ନେଇ ଆକଳନ କରଥିଲା ବ୍ଲୁମବର୍ଗ । କେନ୍ଦ୍ର ପରିସଂଖ୍ୟାନ ମନ୍ତ୍ରଣାଳୟ ଏ ନେଇ ତଥ୍ୟ ପ୍ରକାଶ କରିଛି । ଏହି ଅଭିବୃଦ୍ଧି ସହ ଭାରତୀୟ ଅର୍ଥନୀତି ବିଶ୍ୱର ସବୁଠାରୁ ଦ୍ରୁତ ଅଭିବୃଦ୍ଧିଶୀଳ ପ୍ରମୁଖ ଅର୍ଥନୀତିରେ ପରିଣତ ହୋଇଛି ।

ଚୀନ୍, ଆମେରିକା, ୟୁରୋପୀୟ ରାଷ୍ଟ୍ର ଗୁଡିକର ଅଭିବୃଦ୍ଧି ହାରଠୁ ଭାରତ ଆଗରେ ରହିଛି । ଭାରତର ଅର୍ଥନୀତିକୁ ନେଇ ପୂର୍ବରୁ ବିଶ୍ୱର ପ୍ରମୁଖ ରେଟିଂ ସଂସ୍ଥାମାନେ ଯେଉଁ ପୂର୍ବାନୁମାନ କରିଥିଲେ ସେଥିରେ କୁହାଯାଇଥିଲା ୨୦୨୨-୨୩ରେ ଭାରତୀୟ ଅର୍ଥନୀତିର ଅଭିବୃଦ୍ଧି ହାର ୭ ପ୍ରତିଶତ ତଳକୁ ଖସିବ । ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି ବା ଆଇଏମଏଫ ବି ଭାରତର ଅଭିବୃଦ୍ଧି ହାର ୬.୮ ପ୍ରତିଶତ ରହିବ ବୋଲି କହିଥିଲା । କିନ୍ତୁ ୨୦୨୨-୨୩ ବର୍ଷରେ ୭.୨ ପ୍ରତିଶତ ଅଭିବୃଦ୍ଧି ହାର ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା