Masthead

ଖାଇଗଲେ କଣ୍ଟ୍ରାକ୍ଟର

କୃଷ୍ଣପ୍ରସାଦ, (ବଡ଼ ଖବର ବ୍ୟୁରୋ): ଗ୍ରାମାଞ୍ଚଳକୁ ସହରାଞ୍ଚଳ ସହ ସଂଯୋଗ କରିବା ଲାଗି ସରକାର ଗ୍ରାମ୍ୟ ସଡ଼କ ଯୋଜନାରେ ଅର୍ଥ ବ୍ୟୟ କରୁଛନ୍ତି । କିନ୍ତୁ କାମ ଠିକ ଭାବରେ ହେଉ ନ ଥିବା ନେଇ ଖବର ପ୍ରସାରଣ କରୁଥିଲେ ସୁଦ୍ଧା ବାରମ୍ବାର ଏହାର ପୁନରାବୃତ୍ତି ହେଉଛି । ଠିକାଦାର ଓ ଯନ୍ତ୍ରୀଙ୍କ ମଧ୍ୟରେ ସଲାସୁତରା ହୋଇ ଲୁଟାଯାଉଛି ଲକ୍ଷାଧିକ ଟଙ୍କା । ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକରୁ ଆସିଛି ଏଭଳି ଅଭିଯୋଗ । ସିଆଳ-ରତମାଟି ଚିଲିକାକୁ ସଂଯୋଗ କରୁଥିବା ରାସ୍ତା ନିର୍ମାଣରେ ହୋଇଛି ମହାଘୋଟାଲା ।

ରାସ୍ତା ନିର୍ମାଣ ଲାଗି ୨୯ ଲକ୍ଷ ୨୨ ହଜାର ୪୭୮ ଟଙ୍କା ମଞ୍ଜୁର ହୋଇଥିଲା । ରାସ୍ତା କାମ ଠିକ ଭାବରେ ନ କରି ଠିକାଦାର ବିଲ କରି ନେଇଛନ୍ତି । ପୁରୁଣା ଲୁଣାବନ୍ଧ ନିକଟରେ ଅଳ୍ପ ମୋରମ ପକାଇଥିବାରୁ ଯାତାୟାତରେ ଅସୁବିଧା ହେଉଛି । ଲୋକେ ଦୁର୍ଘଟଣାର ଶିକାର ମଧ୍ୟ ହେଉଛନ୍ତି । ଯାହାକୁ ନେଇ ରତାମାଟି ଗାଁର ଯୁବକ ସଂଘ ଏହାକୁ ବିରୋଧ କରୁଛି । ଠିକାଦାର ଓ ଜଳସମ୍ପଦ ବିଭାଗ କନିଷ୍ଠ ଯନ୍ତ୍ରୀଙ୍କ ମଧ୍ୟରେ ମଧୁଚନ୍ଦ୍ରିକା ଯୋଗୁ ଏପରି ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି । କାମ ତଦାରଖ ନ କରି କରାଯାଇଛି ବିଲ । ସମ୍ପୃକ୍ତ ଠିକାଦାର ଓ କନିଷ୍ଠ ଯନ୍ତ୍ରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ଅଭିଯୋଗ କରିଛନ୍ତି ସ୍ଥାନୀୟ ଲୋକେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ