Masthead

ଖାଇଗଲେ କଣ୍ଟ୍ରାକ୍ଟର

କୃଷ୍ଣପ୍ରସାଦ, (ବଡ଼ ଖବର ବ୍ୟୁରୋ): ଗ୍ରାମାଞ୍ଚଳକୁ ସହରାଞ୍ଚଳ ସହ ସଂଯୋଗ କରିବା ଲାଗି ସରକାର ଗ୍ରାମ୍ୟ ସଡ଼କ ଯୋଜନାରେ ଅର୍ଥ ବ୍ୟୟ କରୁଛନ୍ତି । କିନ୍ତୁ କାମ ଠିକ ଭାବରେ ହେଉ ନ ଥିବା ନେଇ ଖବର ପ୍ରସାରଣ କରୁଥିଲେ ସୁଦ୍ଧା ବାରମ୍ବାର ଏହାର ପୁନରାବୃତ୍ତି ହେଉଛି । ଠିକାଦାର ଓ ଯନ୍ତ୍ରୀଙ୍କ ମଧ୍ୟରେ ସଲାସୁତରା ହୋଇ ଲୁଟାଯାଉଛି ଲକ୍ଷାଧିକ ଟଙ୍କା । ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକରୁ ଆସିଛି ଏଭଳି ଅଭିଯୋଗ । ସିଆଳ-ରତମାଟି ଚିଲିକାକୁ ସଂଯୋଗ କରୁଥିବା ରାସ୍ତା ନିର୍ମାଣରେ ହୋଇଛି ମହାଘୋଟାଲା ।

ରାସ୍ତା ନିର୍ମାଣ ଲାଗି ୨୯ ଲକ୍ଷ ୨୨ ହଜାର ୪୭୮ ଟଙ୍କା ମଞ୍ଜୁର ହୋଇଥିଲା । ରାସ୍ତା କାମ ଠିକ ଭାବରେ ନ କରି ଠିକାଦାର ବିଲ କରି ନେଇଛନ୍ତି । ପୁରୁଣା ଲୁଣାବନ୍ଧ ନିକଟରେ ଅଳ୍ପ ମୋରମ ପକାଇଥିବାରୁ ଯାତାୟାତରେ ଅସୁବିଧା ହେଉଛି । ଲୋକେ ଦୁର୍ଘଟଣାର ଶିକାର ମଧ୍ୟ ହେଉଛନ୍ତି । ଯାହାକୁ ନେଇ ରତାମାଟି ଗାଁର ଯୁବକ ସଂଘ ଏହାକୁ ବିରୋଧ କରୁଛି । ଠିକାଦାର ଓ ଜଳସମ୍ପଦ ବିଭାଗ କନିଷ୍ଠ ଯନ୍ତ୍ରୀଙ୍କ ମଧ୍ୟରେ ମଧୁଚନ୍ଦ୍ରିକା ଯୋଗୁ ଏପରି ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି । କାମ ତଦାରଖ ନ କରି କରାଯାଇଛି ବିଲ । ସମ୍ପୃକ୍ତ ଠିକାଦାର ଓ କନିଷ୍ଠ ଯନ୍ତ୍ରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ଅଭିଯୋଗ କରିଛନ୍ତି ସ୍ଥାନୀୟ ଲୋକେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ