Masthead

ଟ୍ରେନ ଟ୍ରାଜେଡି: ଆକ୍ସନରେ ପ୍ରଶାସନ

ବାଲେଶ୍ବର(ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଜିଲ୍ଲାର ବାହାନଗାରେ ରେଳ ଦୁର୍ଘଟଣା ପରେ ଉଦ୍ଧାର କାର୍ଯ୍ୟ ପାଇଁ ପ୍ରଶାସନିକ ସ୍ତରରେ ତତ୍ପରତା ପ୍ରକାଶ ପାଇଥିଲା । ରାଜ୍ୟ ସରକାର ଅଗ୍ନିଶମ ବିଭାଗ ଡିଜି ସୁଧାଂଶୁ ଶେଖର ଷଡଙ୍ଗୀଙ୍କୁ ଦାୟିତ୍ୱ ଦେଇ ତୁରନ୍ତ ଘଟଣାସ୍ଥଳକୁ ଯିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଏସଆରସିଙ୍କ ନିର୍ଦ୍ଦେଶରେ ବାଲେଶ୍ୱର ଓ ଭଦ୍ରକ ଜିଲ୍ଳାପାଳ ତୁରନ୍ତ ଆମ୍ବୁଲାନ୍ସ, ବସ ଘଟଣାସ୍ଥଳକୁ ପଠାଇଥିଲେ ।

ଘଟଣାସ୍ଥଳକୁ ରାଜସ୍ୱମନ୍ତ୍ରୀ ଓ ଏସଆରସିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଠାଇ ନିଜେ କଣ୍ଟ୍ରଲ ରୁମରେ ଉଦ୍ଧାର କାର୍ଯ୍ୟ ତଦାରଖ କରିଥିଲେ । ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଛି ଓଡ୍ରାଫ୍ ଓ ଏନ୍ଡିଆରଏଫ୍ । ସ୍ଥାନୀୟ ଲୋକଙ୍କ ସହଯୋଗରେ ରାତିସାରା ଚାଲିଛି ଉଦ୍ଧାର କାର୍ଯ୍ୟ । ପ୍ରଥମେ ୫୦ ଆମ୍ବୁଲାନ୍ସ ମୃତାହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ପରେ ମୃତାହତଙ୍କ ସଂଖ୍ୟା ଅଧିକ ହେବାରୁ ୧୦୦ ଓ ପରେ ଆଉ ଅଧିକ ଆମ୍ବୁଲାନ୍ସ ଓ ବସ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା