Masthead

ରତ୍ନବେଦୀ ଛାଡ଼ି ସ୍ନାନବେଦୀରେ ଦାରୁଦେବତା

ପୁରୀ (ବଡ଼ ଖବର ବ୍ୟୁରୋ): ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା ରଥଯାତ୍ରାର ଆଦ୍ୟ ପର୍ବ। ଏହି ଦିନରୁ ହିଁ ଆରମ୍ଭ ହୋଇଥାଏ ଶ୍ରୀଜିଉଙ୍କ ରଥଯାତ୍ରା ପର୍ବ। ସ୍ନାନମଣ୍ଡପରେ ମହାପ୍ରଭୁଙ୍କ ମହାସ୍ନାନ ଦେଖି ଚର୍ମଚକ୍ଷୁକୁ ପବିତ୍ର କରିବା ପାଇଁ ଚାହିଁ ବସିଥାନ୍ତି ଭକ୍ତଗଣ। ସେଥିପାଇଁ ସଜେଇ ହୋଇଛି ସ୍ନାନବେଦୀ। ଏହି ସ୍ନାନଯାତ୍ରା, ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ପାଳନ କରାଯାଏ। ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ସହିତ ୧୦୮ କଳସୀ ଜଳରେ ସ୍ନାନ କରାଯାଏ। ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଏ। ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ।

ସ୍ନାନଯାତ୍ରା ଦେଖିବା ସହ ମହାପ୍ରଭୁଙ୍କ ସାନ୍ନିଧ୍ୟ ଲାଭ କରିବାର ସୁଯୋଗ ପାଉଥିବାରୁ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ସମାଗମ ବଢ଼ିବାରେ ଲାଗିଛି। ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ମାର୍କେଟ ଛକଠାରୁ ବ୍ୟାରିକେଡ୍‌ ବ୍ୟବସ୍ଥା କରାଯିବା ସହ ପୋଲିସ ପ୍ରଶାସନ ପକ୍ଷରୁ ଆଇନଶୃଙ୍ଖଳା, ଭିଡ଼ ନିୟନ୍ତ୍ରଣ ଓ ଟ୍ରାଫିକ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଇଛି। ଚଳିତବର୍ଷ ପଞ୍ଚସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବା ସହ ସମୁଦାୟ ୩୫୦୦ଜଣ ସୁରକ୍ଷାକର୍ମୀ ଓ ୬୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ। ସେପଟେ ଭକ୍ତଙ୍କ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାରିକେଡର ବ୍ୟବସ୍ଥା କରାଯାଇଥିବା ବେଳେ ଶ୍ରୀମନ୍ଦିର ଭିତରେ ମଧ୍ୟ ସୁରକ୍ଷା ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ କଡ଼ାକଡ଼ି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି