ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କରମଣ୍ଡଳ ଟ୍ରେନ ଟ୍ରାଜେଡି । ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ ମିଳିବ ସହାୟତା । ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ମୃତକଙ୍କ ପରିବାରକୁ ୫ ଲକ୍ଷ ଏବଂ ଆହତଙ୍କୁ ୧ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ଏହି ସହାୟତା ଦିଆଯିବ ।
ମୃତକଙ୍କ ପରିବାରଙ୍କୁ ଗଭୀର ସମବେଦନା ଜଣାଇବା ସହ ଆହତଙ୍କ ଶୀଘ୍ର ଆଶୁ ଅରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଟ୍ରେନ ଦୁର୍ଘଟଣାରେ ୨୮୮ ଜଣଙ୍କ ମୃତ୍ୟୁ ହୋଇଥିବା ସରକାରୀ ଭାବେ ଘୋଷଣା କରାଯାଇଛି । କିନ୍ତୁ ଏହି ମୃତ୍ୟୁ ସଂଖ୍ୟା ଆହୁରି ବଢିପାରେ ବୋଲି କୁହାଯାଉଛି । ପ୍ରାୟ ୩୫୦ ଜଣଙ୍କ ଜୀବନ ଯାଇଥିବା ସୂଚନା ମିଳୁଛି ।