Masthead

ଜଣାପଡ଼ିଛି ଦୁର୍ଘଟଣାର କାରଣ: ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଟ୍ରେନ୍‌ ଟ୍ରାଜେଡିର ଉଦ୍ଧାର କାର୍ଯ୍ୟ ସରିଥିବା କହିଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ରେଲ୍ ସେଫ୍ଟି କମିଶନ ଖୁବ୍ ଶୀଘ୍ର ରିପୋର୍ଟ ଦାଖଲ କରିବେ । ରିପୋର୍ଟ ଆଧାରରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଲେ ରେଳ ମନ୍ତ୍ରୀ । ଦୁର୍ଘଟଣାର ମୂଳ କାରଣ ଜଣାପଡ଼ିଥିବା ଅଶ୍ୱିନୀ କହିଛନ୍ତି । ଇଲେକ୍ଟ୍ରୋନିକ୍ ଇଣ୍ଟରଲକିଂ ସିଷ୍ଟମ ତ୍ରୁଟି ଯୋଗୁଁ ଦୁର୍ଘଟଣା ଘଟିଛି । ଦୁର୍ଘଟଣା ପାଇଁ ଦାୟୀ ବ୍ୟକ୍ତି ମଧ୍ୟ ଚିହ୍ନଟ ହୋଇଛନ୍ତି । ଆଜି ପୁଣି ଦୁର୍ଘଟଣାସ୍ଥଳକୁ ପରିଦର୍ଶନ କରିଛନ୍ତି ଅଶ୍ୱିନୀ ।

ପୁନରୁଦ୍ଧାର କାମ ତାଦାରଖ କରିଛନ୍ତି । ଆଜି ସୁଦ୍ଧା ଗୋଟିଏ ଟ୍ରାକ୍ ପ୍ରସ୍ତୁତ ହୋଇଯିବ, ବିଦ୍ୟୁତୀକରଣ କାମ ଜୋରସୋରରେ ଚାଲିଛି । ବୁଧବାର ସକାଳ ସୁଦ୍ଧା ଚଳାଚଳ ସ୍ୱାଭାବିକ ହୋଇଯିବ । ସେପଟେ ଟ୍ରାକରୁ ଉଠିଲା ୨୧ ବଗି । ଦୁର୍ଘଟଣାଗ୍ରସ୍ତ ସମସ୍ତ ବଗିକୁ ଟ୍ରାକରୁ ଉଠାଯାଇଛି । ଟ୍ରେନ୍ ଚଳାଚଳ ସ୍ୱାଭାବିକ କରିବାକୁ ଉଦ୍ୟମ ଜାରି ରହିଛି । ଚାଲିଛି ବିଦ୍ୟୁତ୍ ଖୁଣ୍ଟ ଓ ଲାଇନ ମରାମତି କାମ । ରାତି ସାରା ମରାମତି କାମରେ ଲାଗିଛନ୍ତି କର୍ମଚାରୀ । ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ବିଦ୍ୟୁତଖୁଣ୍ଟି ଓ ଟ୍ରାକ ମରାମତି । ଡାଉନ ଲାଇନ ତୁଳନାରେ ଅଧିକ କ୍ଷତିଗ୍ରସ୍ତ ହୋଇଛି ଅପଲାଇନ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା