ପଥର ଛେଚି ବଡ଼ ଭାଇକୁ ହତ୍ୟା କଲା ସାନଭାଇ

ଆଠଗଡ଼ (ବଡ଼ ଖବର ବ୍ୟୁରୋ):  ପଥରରେ ଛେଚି ବଡ଼ଭାଇ କୁ ହତ୍ୟା କଲା ସାନ ଭାଇ। ଏଭଳି ଅଭାବନୀୟ ଘଟଣଶ ଘଟିଛି ଆଠଗଡ଼ ଝରଣଛକ ସ୍ଥିତ ସରସ୍ବତୀ ଶିଶୁ ମନ୍ଦିର ନିକଟରେ । ସାନ ଭାଇ ପଥର ଛେଚି ବଡ଼ଭାଇକୁ ହତ୍ୟା କରିଥିବା ଜଣାପଡିଛି। ମୃତକ ହେଲେ ଜଗନ୍ନାଥ ପ୍ରଧାନ । ଜଗନ୍ନାଥ ଝରଣ ଛକ ସ୍ଥିତ ସରସ୍ଵତୀ ଶିଶୁ ମନ୍ଦିର ନିକଟରେ ଥିବା ଏକ ଗଛମୂଳରେ ଶେଇଥିବାବେଳେ ତାଙ୍କ ସାନ ଭାଇ ଟୁକୁନା ପ୍ରଧାନ ଏକ ପଥର ଆଣି ଛାତି ଉପରକୁ କଚି ଦେଇ ସେଠାରୁ ପଳାଇ ଯାଇଥିଲେ ।

ଫଳରେ ବଡ଼ଭାଇ ହଠାତ୍ ଉଠିପଡ଼ି ପୁଣି ତଳେ ଖସି ପଡ଼ିଥିଲେ । ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ସ୍ଥାନୀୟ ଲୋକେ ଜଗନ୍ନାଥ ପଡ଼ିଥିବାର ଦେଖି ପୋଲିସକୁ ଖବର ଦେଇଥିଲେ ।ଘଟଣା ସ୍ଥଳରେ ଆଠଗଡ଼ ପୁଲିସ ପହଞ୍ଚି ଶବକୁ ଜବତ କରି ଆଠଗଡ଼ ଉପଖଣ୍ଡ ଡ଼ାକ୍ତରଖାନାକୁ ଶବ ବ୍ୟବଚ୍ଛେଦ ପାଇଁ ପଠାଇଥିଲେ । ଟୁକୁନାକୁ ଗିରଫ କରି ତଦନ୍ତ ଜାରି ରଖିଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ