Masthead

ପଥର ଛେଚି ବଡ଼ ଭାଇକୁ ହତ୍ୟା କଲା ସାନଭାଇ

ଆଠଗଡ଼ (ବଡ଼ ଖବର ବ୍ୟୁରୋ):  ପଥରରେ ଛେଚି ବଡ଼ଭାଇ କୁ ହତ୍ୟା କଲା ସାନ ଭାଇ। ଏଭଳି ଅଭାବନୀୟ ଘଟଣଶ ଘଟିଛି ଆଠଗଡ଼ ଝରଣଛକ ସ୍ଥିତ ସରସ୍ବତୀ ଶିଶୁ ମନ୍ଦିର ନିକଟରେ । ସାନ ଭାଇ ପଥର ଛେଚି ବଡ଼ଭାଇକୁ ହତ୍ୟା କରିଥିବା ଜଣାପଡିଛି। ମୃତକ ହେଲେ ଜଗନ୍ନାଥ ପ୍ରଧାନ । ଜଗନ୍ନାଥ ଝରଣ ଛକ ସ୍ଥିତ ସରସ୍ଵତୀ ଶିଶୁ ମନ୍ଦିର ନିକଟରେ ଥିବା ଏକ ଗଛମୂଳରେ ଶେଇଥିବାବେଳେ ତାଙ୍କ ସାନ ଭାଇ ଟୁକୁନା ପ୍ରଧାନ ଏକ ପଥର ଆଣି ଛାତି ଉପରକୁ କଚି ଦେଇ ସେଠାରୁ ପଳାଇ ଯାଇଥିଲେ ।

ଫଳରେ ବଡ଼ଭାଇ ହଠାତ୍ ଉଠିପଡ଼ି ପୁଣି ତଳେ ଖସି ପଡ଼ିଥିଲେ । ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ସ୍ଥାନୀୟ ଲୋକେ ଜଗନ୍ନାଥ ପଡ଼ିଥିବାର ଦେଖି ପୋଲିସକୁ ଖବର ଦେଇଥିଲେ ।ଘଟଣା ସ୍ଥଳରେ ଆଠଗଡ଼ ପୁଲିସ ପହଞ୍ଚି ଶବକୁ ଜବତ କରି ଆଠଗଡ଼ ଉପଖଣ୍ଡ ଡ଼ାକ୍ତରଖାନାକୁ ଶବ ବ୍ୟବଚ୍ଛେଦ ପାଇଁ ପଠାଇଥିଲେ । ଟୁକୁନାକୁ ଗିରଫ କରି ତଦନ୍ତ ଜାରି ରଖିଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼