ଆଜି ଓଡ଼ିଶା ଆସୁଛନ୍ତି ଦିଦି, ଆହତଙ୍କ ଚିକିତ୍ସା ସମ୍ପର୍କରେ କରିବେ ସମୀକ୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ପୁଣି ଓଡ଼ିଶା ଆସୁଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ବାହାନଗା ରେଳ ଦୁର୍ଘଟଣାରେ ଆହତଙ୍କ ଚିକିତ୍ସା ସମ୍ପର୍କରେ ମମତା ସମୀକ୍ଷା କରିବେ। ଓଡ଼ିଶା ଗସ୍ତକୁ ଦୃଷ୍ଟିରେ ରଖି ମମତା ତାଙ୍କର ୩ ଦିନିଆ ଦାର୍ଜିଲିଂ ଗସ୍ତ ବାତିଲ କରିଥିବା ସୂଚନା ମିଳିଛି। ଦିନ ୨ଟାରେ ଭୁବନେଶ୍ୱରରେ ପହଂଚିବା ପରେ ସେ ଏସସିବି ଯିବେ । ସେଠାରେ ଚିକିତ୍ସାଧୀନ ୫୮ ଯାତ୍ରୀଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିବେ । ପରେ ଡାକ୍ତରୀ ଟିମ୍, ଏସସିବି ଅଧୀକ୍ଷକ ଓ ଅନ୍ୟ କର୍ତୃପକ୍ଷଙ୍କ ସହ ଆଲୋଚନା କରିବେ । ମମତା ବାନାର୍ଜୀ ଏସସିବି ପରେ ଭୁବନେଶ୍ୱର ଆସିବେ । ଭୁବନେଶ୍ୱରରେ ପଶ୍ଚିମବଙ୍ଗର କିଛି ମୃତକଙ୍କୁ ପରିବାରକୁ ଭେଟିବା ସହ ମୃତଦେହ ନେବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ହୋଇଥିବା ବ୍ୟବସ୍ଥାର ଅନୁଧ୍ୟାନ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ