ପୋଲିସକୁ ଗୋଡ଼ାଇ ଗୋଡ଼ାଇ ଛେଚିଲେ ଗ୍ରାମବାସୀ

ସୋନପୁର (ବଡ଼ ଖବର ବ୍ୟୁରୋ):   ତଦନ୍ତରେ ଯାଇଥିବା ପୋଲିସକୁ ଗୋଡାଇ ଗୋଡାଇ ମାଡ ମାରିଲେ ଗ୍ରାମବାସୀ । ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ତିଲେଇମାଳ ଗ୍ରାମକୁ ତଦନ୍ତରେ ଯାଇଥିବା ଜଣେ ପୋଲିସ ଏଏସଆଇଙ୍କୁ ଗୋଡାଇ ଗୋଡାଇ ଗ୍ରାମବାସୀ ମାଡ ମାରିଥିବା ଅଭିଯୋଗ ହୋଇଛି। ଯାହାର ଭିଡିଓ ଭାଇରାଲ ହେବାରେ ଲାଗିଛି । ତିଲେଇମାଲ ଗ୍ରାମରେ ସୁବାସ ପଧାନ ଓ ରତ୍ନାକର ପଧାନ ଙ୍କ ମଧ୍ୟରେ ଗତ କାଲି ଗଣ୍ଡଗୋଳ ହୋଇଥିଲା। ଏନେଇ ଉଭୟ ପକ୍ଷରୁ ସୁବଳୟା ଥାନାରେ ମାମଲା ରୁଜୁ ହୋଇଥିଲା।

ଉକ୍ତ ମାମଲାର ତଦନ୍ତ କରିବାକୁ ସୁବଳୟା ଥାନାର ଏଏସଆଇ ଗୌରହରୀ ମେହେର ଓ ଗ୍ରାମରକ୍ଷୀ ରବୀଚନ୍ଦ୍ର ବିଭାର ଉକ୍ତ ଗ୍ରାମକୁ ଯାଇଥିଲେ । ଉଭୟ ପରିବାରୁ ଡାକି ତଦନ୍ତ କରୁଥିବାବେଳେ ତଦନ୍ତରେ ଅସନ୍ତୋଷ ପ୍ରକାଶ କରି ଗ୍ରାମବସୀ ଏଏସଆଇ ମେହେରଙ୍କୁ ଆକ୍ରମଣ କରି ମାଡ ମାରିଥିବା ଅଭିଯୋଗ ହୋଇଛି । ଖବରପାଇ ପୋଲିସ ଯାଇ ଏଏସଆଇ ମେହେରଙ୍କୁ ଉଦ୍ଧାର କରିଥିଲା । ଏନେଇ ସୁବଳୟା ଥାନାରେ କର୍ତ୍ତବ୍ୟରତ ଜଣେ ପୋଲିସ ଅଧିକାରୀଙ୍କୁ ମାଡ ମାରିଥିବା ଅଭିଯୋଗରେ ଗ୍ରାମର ନେପୁର ପ୍ରଧାନ, ମହାଦେବ ସାହୁ, ପ୍ରଫୁଲ୍ଲ ସାହୁ, ଦୁର୍ଗାପ୍ରସାଦ ପଧାନ, ରାଘବ ସାହୁ, ବାଦଲ ପଧାନ, ବେଲାରସେନ ହାତୀ ଓ ଅନ୍ୟମାନଙ୍କ ନାମରେ ମାମଲା ରୁଜୁ କରି ତଦନ୍ତ କରୁଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’