Masthead

ଜଳୁଛି ମାର୍କେଟ କମ୍ପ୍ଲେକ୍ସ

ରାଇରଙ୍ଗପୁର, (ବଡ଼ ଖବର ବ୍ୟୁରୋ): ରାଇରଙ୍ଗପୁର ସହରରେ ଭୟାବହ ଅଗ୍ନିକାଣ୍ଡ । ସହରର ମୁଖ୍ୟ ଗୋଲେଇ ଛକ ନିକଟ ଫ୍ରେଣ୍ଡସ କର୍ଣ୍ଣର ମାର୍କେଟ କମ୍ପ୍ଲେକ୍ସ ପୋଡିଯାଇଛି । ଜଳିଗଲା କୋଟିଏ ଟଙ୍କାର ସାମଗ୍ରୀ । ବୁଧବାର ରାତି ପ୍ରାୟ ସାଢ଼େ ୨ଟାରେ ଏହି ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି । ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ ରାତି ପ୍ରାୟ ତିନିଟାରେ ପୋଡାଗନ୍ଧ ଆସିବାରୁ ସେମାନେ ନିଆଁ ଲାଗିଥିବା ଜାଣିବାକୁ ପାଇଥିଲେ । ସଙ୍ଗେ ସଙ୍ଗେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଁଞ୍ଚିବା ବେଳକୁ ସବୁ ଦୋକନରେ ନିଆଁ ଲାଗିଯାଇଥିଲା । ଅଗ୍ନିଶମ କର୍ମଚାରୀ ନିଆଁକୁ ନିୟନ୍ତ୍ରଣ ଲାଗି ଚେଷ୍ଠା ଜାରି ରଖିଛନ୍ତି । ମାର୍କେଟ କମ୍ପେ୍ଲକ୍ସ ପଛପଟେ ପେଟ୍ରୋଲ ପମ୍ପଥିବାରୁ ସମସ୍ତେ ଚିନ୍ତାରେ ରହିଛନ୍ତି । ଘଟଣାସ୍ଥଳରେ ଏସଡିପିଓ ଓ ତହସିଲଦାର ରହି ତଦାରଖ କରୁଛନ୍ତି । ସଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଳବୈଶାଖୀ ବର୍ଷା ନେଇ ୟେଲୋ ଆଲର୍ଟ 🔴 ଆଜି ବି ଗୃହରେ ଲାଗି ରହିବ ଅସ୍ଥିରତା 🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 କାଳବୈଶାଖୀ ବର୍ଷା ନେଇ ୟେଲୋ ଆଲର୍ଟ 🔴 ଆଜି ବି ଗୃହରେ ଲାଗି ରହିବ ଅସ୍ଥିରତା 🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ