Masthead

ପୁଣି ତାତିବ ଉପକୂଳ, ସିଭିୟର ହିଟଓ୍ବେଭ ପାଇଁ ୫ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ତାତିରୁ ମିଳୁନି ଆଶ୍ୱସ୍ତି । କଲବଲ କରୁଛି ଖରା । ଜଳୁଛି ପଶ୍ଚିମ, ପୁଣି ତାତିବ ଉପକୂଳ । ସ୍ବାଭାବିକଠାରୁ ୬ରୁ ୮ଡିଗ୍ରୀ ଉପରେ ରହିବ ପାରଦ। ସିଭିୟର ହିଟଓ୍ବେଭ ପାଇଁ ୫ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି। ୧୬ ତାରିଖରେ ୪୦ରୁ ୪୫ ଡିଗ୍ରୀ ମଧ୍ୟରେ ରହିବ ୯ ଜିଲ୍ଲାର ତାପମାତ୍ରା । ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ୟ୍ୟନ୍ତ ପିକ୍ ଆଓ୍ବାର ଘୋଷଣା କରାଯାଇଛି । ସେପଟେ ପଶ୍ଚିମ ଓଡ଼ିଶାରେ ଜାରି ରହିଛି ତାତି । ଦିନ ୧୧ଟା ପରେ ଘରୁ ବାହାରିବାକୁ ଡରୁଛନ୍ତି ଲୋକେ। ଆସନ୍ତା ୫ଦିନ ପର୍ଯ୍ୟନ୍ତ ଏଭଳି ପାଗ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

ଆଜି ସିଭିୟର ହିଟ୍ଓ୍ବେଭ୍ ପାଇଁ ଝାରସୁଗୁଡା, ସମ୍ବଲପୁର, ବରଗଡ, ସୋନପୁର ଏବଂ ସୁନ୍ଦରଗଡକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ବାଲେଶ୍ବର, ମୟୁରଭଞ୍ଜ ଏବଂ କେନ୍ଦୁଝରକୁ ୟେଲୋ ଆଲର୍ଟ ଜାରି ହୋଇଛି। ଆସନ୍ତାକାଲି ଭୀଷଣ ଗ୍ରୀଷ୍ମ ପ୍ରବାହ ପାଇଁ ୭ଜିଲ୍ଲାକୁ ଅରେଞ୍ଜ ଏବଂ ୫ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ତାତିର ସର୍ବାଧିକ ପ୍ରଭାବ ୧୬ ଏବଂ ୧୭ ତାରିଖରେ ପଡିବ ବୋଲି ଆକଳନ କରାଯାଇଛି। ଏଥିପାଇଁ ପଶ୍ଚିମ, ଉତ୍ତର ଏବଂ ଉପକୂଳ ଓଡ଼ିଶାର ୧୯ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା