Masthead

ଗର୍ଜିବେ ବିଜେପି-ବିଜେଡି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଘନ ଘନ ବିଜୁଳି କାଟ ପ୍ରସଙ୍ଗ । ଆଜି ଠୁ ବିଜେପି ର ୨ ଦିନିଆ ପାୱାର ପ୍ରୋଟେଷ୍ଟ । ବିଜେପି ତରଫରୁ ୧୪ ଓ ୧୫ ସାରା ରାଜ୍ୟରେ ଥିବା ଟାଟା ପାୱାର କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଓ ଆନେ୍ଦାଳନ କରାଯିବ ବୋଲି ରାଜ୍ୟ ସାଧାରଣ ସମ୍ପାଦକ ପୃଥୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ସାମ୍ବଦିକ ସମ୍ମଳନୀରେ ସେ କହିଛନ୍ତି ନିରବଚ୍ଛିନ୍ନ ଭାବେ ବିଜୁଳି ସେବର ଯୋଗାଇଦେବାର ଦାୟିତ୍ୱ ନେଇଥିବା ଟାଟା ପାୱାର ସମସ୍ତ ଚୁକ୍ତି ଓ ନିୟମକୁ ଖିଲାପ କରୁଛି ।

ଗ୍ରାମାଚଂଳରେ ଦିନକୁ ୪ରୁ ୫ ଘଂଟା ସହରରେ ଦିନକୁ ୨୦ ରୁ ୨୫ ଥର ଅଘୋଷିତ ପାୱାର କଟ ହେଉଛି । ସେପଟେ ଆଜି ରାଜଭବନ ସମ୍ମୁଖରେ ଗ୍ୟାସ ବୃଦ୍ଧି ନେଇ ଆନେ୍ଦାଳନ କରିବ ବିଜେଡି । ତୁରନ୍ତ ଦର ହ୍ରାସ ନହେଲେ ଆରଡ଼ିସି ଅଫିସ ଘେରାଉ କରିବ ବୋଳଇ ବିଜେଡି କହିଛି । ଯେଉଁଭଳି ଭାବେ ଗ୍ୟାସ ଦର ବୃଦ୍ଧି ହେଉଛି ବାରମ୍ବାର ଅଭିଯୋଗ ପରେ ବି କେନ୍ଦ୍ର ସରକାର ନିରବ ରହୁଛନ୍ତି । ଏହାର ପ୍ରତିବାଦରେ ରାଜଭବନ ସମ୍ମୁଖରେ ବିଜେଡି ପକ୍ଷରୁ ଧାରଣା ଦିଆଯିବ ବୋଲି ବିଜେଡି ମୁଖପାତ୍ର ଶ୍ରୀମୟୀ ମିଶ୍ର କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ