Masthead

ଆଜି ଖଳିଲାଗି ଏକାଦଶୀ, ମହାପ୍ରଭୁଙ୍କୁ ଲାଗି ହେବ ଦଶମୂଳ

ପୁରୀ (ବଡ଼ ଖବର ବ୍ୟୁରୋ): ଦେବସ୍ନାନ ପୂର୍ଣ୍ଣିମା ଠାରୁ ଅଣସର ଘରେ ଅସୁସ୍ଥ ଥିବା ଚତୁର୍ଦ୍ଧାମୂର୍ତ୍ତୀ ଗତକାଲି ଦଶମୀ ତିଥିରେ ଶଯ୍ୟା ଛାଡିଛନ୍ତି। ଅଣସର ଘରେ ଚକାରେ ବିଜେ ହୋଇଛନ୍ତି ଶ୍ରୀବିଗ୍ରହ। ଆଜି ଖଳିଲାଗି ଏକାଦଶୀ। ରାଜବୈଦ୍ୟଙ୍କ ଦ୍ବାରା ପ୍ରସ୍ତୁତ ହୋଇଥିବା ଦଶମୂଳ ସେବନ ପରେ ମହାପ୍ରଭୁ ସଂପୂର୍ଣ୍ଣ ସୁସ୍ଥ ହେବେ। ତେବେ ଚାରିଦିନ ଧରି ଶ୍ରୀଅଙ୍ଗରେ ଓଷ ଲାଗି ପରେ ଧିରେଧିରେ ଜ୍ୱରରୁ ଉପଶମ ହୋଇଛନ୍ତି ମହାପ୍ରଭୁ। ଆଜି ଏକାଦଶୀ ତିଥିରେ ମହାପ୍ରଭୁଙ୍କ ଠାରେ ଦଶମୂଳ ମୋଦକ ଲାଗି କରାଯିବ। ଏହାପରେ ଅସୁସ୍ଥ ଥିବା ମହାପ୍ରଭୁ ସମ୍ପୂର୍ଣ୍ଣ ସୁସ୍ଥ ହେବେ।

ଗତକାଲି ରାଜବୈଦ୍ୟଙ୍କ ଦ୍ୱାରା ପ୍ରସ୍ତୁତ ହୋଇଥିବା ଏହି ଦଶମୂଳ ମୋଦକ ଶ୍ରୀମନ୍ଦିରରେ ଆସି ପହଞ୍ଚିଥିଲା। ଏକାଦଶୀ ତିଥି ପରେ ମହାପ୍ରଭୁଙ୍କୁ ଏହା ଲାଗି କରାଯିବାର ପରମ୍ପରା ରହିଛି। ଆଜି ଖଳିଲାଗି ଏକାଦଶୀରେ ଠାକୁରମାନଙ୍କୁ ଖଳି ଲାଗି କରାଯିବ। ଦଇତା ଓ ପତିମହାପାତ୍ର ସେବାୟତ ତିନି ବାଡରେ ଶ୍ରୀଅଙ୍ଗରେ ଚନ୍ଦନ ଲେପନ କରିବେ। ଚନ୍ଦନରେ କର୍ପୂର, କେଶର ଓ ଆବଶ୍ୟକ ପରିମାଣର କସ୍ତୁରୀ ମିଶାଯାଇ ଶ୍ରୀବିଗ୍ରହ ମାନଙ୍କୁ ଲାଗି କରାଯିବାର ବିଧି ରହିଛି। ଆଜି ମହାପ୍ରଭୁ ବାରଲାଗି ପାଟ ପରିଧାନ କରିବା ସହ ତୁଳସୀ ଲାଗି କରିବା ପରେ ମହାପ୍ରଭୁଙ୍କୁ ଦଶମୂଳ ଲାଗି କରାଯିବ।

ଏହାପରେ ମହାପ୍ରଭୁ ସମ୍ପୂର୍ଣ୍ଣ ସୁସ୍ଥ ହେବେ। ତେବେ ମହାପ୍ରଭୁ ଜ୍ୱରରେ ଅସୁସ୍ଥ ଥିବାରୁ ଭୋଗଲାଗି ସମୟରେ ଘଣ୍ଟ ବାଜିବା ବନ୍ଦ ରହିଥାଏ। ଆଜି ଖଳି ଲାଗି ସମୟରେ ଘଣ୍ଟ ଓ କାହାଳୀ ବଜାଇ ଶ୍ରୀଜୀଉମାନେ ସୁସ୍ଥ ହେଉଥିବା ବାର୍ତ୍ତା ଭକ୍ତଙ୍କୁ ଜଣାଇବାର ପରମ୍ପରା ରହିଛି। ଏକାଦଶୀ ତିଥିର ପୂର୍ବରୁ ବିନା ତୁଳସୀରେ ଧଳା ଫୁଲରେ ପୂଜା ପାଉଥିବା ମହାପ୍ରଭୁଙ୍କୁ ଆଜିଠାରୁ ତୁଳସୀ ଲାଗି ହେବାର ବିଧି ରହିଛି। ଆସନ୍ତାକାଲି ଅଣସର ଦ୍ୱାଦଶୀ ନୀତି। ଏହି ନୀତି ବିଶେଷ ମହତ୍ତ୍ବପୂର୍ଣ୍ଣ। କାରଣ, ଏହିଦିନ ରାଜପ୍ରାସାଦକୁ ରାଜପ୍ରସାଦ ବିଜେ କରାଯାଏ ଏବଂ ମହାପ୍ରଭୁଙ୍କ ସୁସ୍ଥତାର ଖବର ଗଜପତି ମହାରାଜାଙ୍କୁ ଦିଆଯାଏ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏଲଆଇସି ଅଫିସରେ ଅଗ୍ନିକାଣ୍ଡ 🔴 ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର 🔴 ଆଗକୁ ବଢ଼ିପାରେ ତାତି 🔴 ଭିଡି ସତୀଶନ କେରଳମ ମୁଖ୍ୟମନ୍ତ୍ରୀ 🔴 ପବନରେ ଉଡ଼ିଗଲେ ବ୍ୟକ୍ତି! 🔴 ଭିଜିଲାନ୍ସ ଜାଲରେ ଡିଭିଜନ ଯନ୍ତ୍ରୀ 🔴 ଚିନି ରପ୍ତାନି ବନ୍ଦ କଲା ଭାରତ 🔴 ବିଭିନ୍ନ ସ୍ଥାନରେ ଝଡ଼ ବର୍ଷା ଆଶଙ୍କା 🔴 ବିଧାନସଭାରେ ବିଜୟଙ୍କ ବଡ଼ ବିଜୟ 🔴 ଟ୍ରକକୁ ଧକ୍କା ଦେଲା କାର୍ , ଦୁର୍ଘଟଣାରେ ଜଣେ ମୃତ 🔴 ଏଲଆଇସି ଅଫିସରେ ଅଗ୍ନିକାଣ୍ଡ 🔴 ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର 🔴 ଆଗକୁ ବଢ଼ିପାରେ ତାତି 🔴 ଭିଡି ସତୀଶନ କେରଳମ ମୁଖ୍ୟମନ୍ତ୍ରୀ 🔴 ପବନରେ ଉଡ଼ିଗଲେ ବ୍ୟକ୍ତି! 🔴 ଭିଜିଲାନ୍ସ ଜାଲରେ ଡିଭିଜନ ଯନ୍ତ୍ରୀ 🔴 ଚିନି ରପ୍ତାନି ବନ୍ଦ କଲା ଭାରତ 🔴 ବିଭିନ୍ନ ସ୍ଥାନରେ ଝଡ଼ ବର୍ଷା ଆଶଙ୍କା 🔴 ବିଧାନସଭାରେ ବିଜୟଙ୍କ ବଡ଼ ବିଜୟ 🔴 ଟ୍ରକକୁ ଧକ୍କା ଦେଲା କାର୍ , ଦୁର୍ଘଟଣାରେ ଜଣେ ମୃତ