ଉପକୂଳ ମୁହାଁ ବାତ୍ୟା ’ବିପର୍ଯ୍ୟୟ’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅତି ଭୀଷଣ ରୂପ ନେଇ ଉପକୂଳ ଆଡ଼କୁ ମୁହାଁଉଛି ’ବିପର୍ଯ୍ୟୟ’ । ଆରବସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ବିପର୍ଯ୍ୟୟ ଆଜି ସନ୍ଧ୍ୟାରେ ସ୍ଥଳଭାଗ ଛୁଇଁବ । ଗୁଜରାଟରେ ଜଖଉ ପୋର୍ଟ ଆଖପାଖରେ ବାତ୍ୟା ‘ବିପର୍ଯ୍ୟୟ’ ଲ୍ୟାଣ୍ଡଫଲ କରିବା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ । ଗୁଜରାଟ ଉପକୂଳରେ ବାତ୍ୟା ମାଡ଼ ସମ୍ଭାବନା ରହିଥିବା ବେଳେ ଷ୍ଟେଟ ଏମର୍ଜେନ୍ସି ଅପରେସନ ସେଣ୍ଟରରେ ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏବେ ପୋରବନ୍ଦରଠାରୁ ୩୩୦ କିଲୋମିଟର ଓ ଦ୍ବାରକାଠାରୁ ୨୬୦ କିମି ଦୂରରେ ରହିଛି ବାତ୍ୟା ।

ଲ୍ୟାଣ୍ଡଫଲ ପ୍ରଭାବରେ ପବନର ବେଗ ଘଣ୍ଟା ପ୍ରତି ୧୨୫ରୁ ୧୩୫ କିଲୋମିଟର ରହିବ । ଅଧିକରୁ ଅଧିକ ୧୫୦ କିମି ପର୍ଯ୍ୟନ୍ତ ପବନ ବହିବା ସମ୍ଭାବନା ରହିଛି ବୋଲି ଆଇଏମଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି । ତଳିଆ ଅଞ୍ଚଳରେ ୬ ମିଟର ଉଚ୍ଚରେ ଜୁଆର ଉଠିବ ପାଣିପାଗ ବିଭାଗ ଆକଳନ କରିଛି । ତେଣୁ ଗୁଜରାଟର ତଳିଆ ଅଂଚଳ ସୌରାଷ୍ଟ୍ର ଏବଂ କଚ୍ଛରେ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ବାତ୍ୟାକୁ ଦୃଷ୍ଟିରେ ରଖି ସୌରାଷ୍ଟ୍ର ଓ କଚ୍ଛର ତଳିଆ ଅଞ୍ଚଳର ପ୍ରାୟ ୭୫ ହଜାରରୁ ଅଧିକ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ