Masthead

ହିଟୱେଭକୁ ନେଇ ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଦିନରେ ସିଭିୟର ହିଟୱେଭ୍ ସହିତ ରାତିରେ ହେବ ପ୍ରବଳ ତାତି । ଉଷ୍ମ ରାତି ପାଇଁ ଚେତାବନୀ ଦେଇଛି ପାଣିପାଗ କେନ୍ଦ୍ର । ଏଥିପାଇଁ ସମ୍ବଲପୁର, ବରଗଡ, ବଲାଙ୍ଗୀର, ଝାରସୁଗୁଡା ଏବଂ ସୋନପୁରକୁ ସତର୍କତା ଜାରି ହୋଇଛି । ରାତିରେ ସ୍ବାଭାବିକଠାରୁ ୪ରୁ ୫ ଡିଗ୍ରୀ ଉପରେ ରହିବ ପାରଦ । ଖରାରୁ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ନିସ୍ତାର ମିଳିବନି ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ସିଭିୟର ହିଟଓ୍ବେଭ ପାଇଁ ୮ଟି ଜିଲ୍ଲାକୁ ଅରେଞ୍ଜ ଏବଂ ୩ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ଝାରସୁଗୁଡା, ସମ୍ବଲପୁର, ବରଗଡ, ବଲାଙ୍ଗିର, ସୋନପୁର, ବୌଦ୍ଧ, ନୂଆପଡା ଏବଂ ସୁନ୍ଦରଗଡରେ ସ୍ବାଭାବିକ ଠାରୁ ୬.୫ ଡିଗ୍ରୀରୁ ଅଧିକ ରହିବ ତାପମାତ୍ରା । ଆସନ୍ତାକାଲି ୯ ଜିଲ୍ଲା, ୧୭ ତାରିଖରେ ୧୨ ଏବଂ ୧୮ ତାରିଖରେ ୮ ଜିଲ୍ଲାକୁ ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏଥିପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କ କରିଛନ୍ତି ଏସଆରସି । ସେପଟେ ଆସନ୍ତା ୧୮ ରୁ ୨୧ ମଧ୍ୟରେ ଓଡ଼ିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି