ମହାପ୍ରଭୁଙ୍କ ନବଯୌବନ ଦର୍ଶନ

ପୁରୀ (ବଡ଼ ଖବର ବ୍ୟୁରୋ): ଆସନ୍ତା ୧୯ରେ ଶ୍ରୀଜିଉଙ୍କ ନବଯୌବନ ଦର୍ଶନ । ୧୦୮ ଗରା ଜଳରେ ଗାଧୋଇବା ପରେ ଜ୍ୱରରେ ପୀଡ଼ିତ ଥିବା ଚତୁର୍ଦ୍ଧା ବିଗ୍ରହ ୧୯ରେ ଭକ୍ତଙ୍କୁ ଦର୍ଶନ ଦେବେ । ନବଯୌବନ ଦର୍ଶନ ସକାଳ ୮ଟାରୁ ୯ଟା ପର୍ଯ୍ୟନ୍ତ ପାରମାଣିକ ଦର୍ଶନ । ଏଥିପାଇଁ ଟିକେଟର ମୂଲ୍ୟ ୧୦୦ ଟଙ୍କା ରହିଥିବା ବେଳେ ମୋଟ ୭୦୦୦ ଟିକେଟ ରହିଛି । ପରେ ସର୍ବସାଧାରଣ ଦର୍ଶନ ସକାଳ ୯ଟାରୁ ଦିନ ୧୧ଟା ଯାଏଁ ଧାର୍ଯ୍ୟ କରାଯାଇଛି । ଏହାପରେ ଦିନ୧୧ଟା ପରଠାରୁ ଦର୍ଶନ ବନ୍ଦ ରହିବ । ଭକ୍ତମାନେ ବେଢା ପରିକ୍ରମା କରିବା ସହ ମହାପ୍ରସାଦ ସେବନ କରିପାରିବେ । । ଅନ୍ୟପଟେ ସେହିଦିନ ରାତି ୯ଟାରୁ ସେନାପଟା ଲାଗି ହେବା ସହ ରଥଯାତ୍ରା ପହଣ୍ଡି ପାଇଁ ଦଇତାପତିଙ୍କ ଦ୍ୱାରା ଆରମ୍ଭ ହେବ ପ୍ରସ୍ତୁତି । ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।

 

 

 

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ