Masthead

ବିଦ୍ୟୁତ ଯୋଗାଇବାରେ ଟାଟା ବିଫଳ, ଗାନ୍ଧିଛକରେ ବିଜେପିର ଧାରଣା

ବରଗଡ (ବଡ଼ ଖବର ବ୍ୟୁରୋ):  ବରଗଡ ଜିଲ୍ଲାରେ ବିଦ୍ୟୁତ ବିଭ୍ରାଟ ଶେଷ ସୀମାରେ ପହଞ୍ଚିଛି । ଅତ୍ୟଧିକ ଗରମ ଯୋଗୁ ଜନସାଧାରଣ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଅଘୋଷିତ ବିଦ୍ୟୁତ କାଟ ଯୋଗୁ ଜନସାଧାରଣ ଅନେକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଟାଟା ପାୱାର ବିଦ୍ୟୁତ ବିତରଣର ଦାୟିତ୍ୱ ନେବା ପରେ ସେବା ଯୋଗାଇବାରେ ବିଫଳ ହୋଇଛି । ଟାଟା ପାୱାର ରାଜ୍ୟ ସରକାରଙ୍କ ନିୟନ୍ତ୍ରଣ ବାହାରକୁ ଚାଲିଯାଇଛି । ବିଦ୍ୟୁତ ବିଭ୍ରାଟର ସମସ୍ୟାକୁ ସମାଧାନ କରିବାରେ ରାଜ୍ୟ ସରକାର ବିଫଳ ହୋଇଛନ୍ତି । ଏହାର ପ୍ରତିବାଦରେ ବିଜେପି ତରଫରୁ ବରଗଡ ଗାନ୍ଧିଛକରେ ବିଦ୍ୟୁତ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଛି । ଏହି ଧାରଣାରେ ବରଗଡ ସାଂସଦ ସୁରେଶ ପୂଜାରୀ, ବିଜେପି ଜିଲ୍ଲା ସଭାପତି ଅଶ୍ୱିନୀ ଷଡଙ୍ଗୀ , ସାଧାରଣ ସମ୍ପାଦକ ରବି ନାରାୟଣ ଦାଶ ପ୍ରମୁଖ ଯୋଗ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ