Masthead

ଲ୍ୟାଣ୍ଡଫଲ୍ ପରେ ବିପର୍ଯ୍ୟୟ ଘଟାଇଲା ବାତ୍ୟା ‘ବିପର୍ଯ୍ୟୟ’

ଗୁଜରାଟ (ବଡ଼ ଖବର ବ୍ୟୁରୋ):  ଆରବସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ବିପର୍ଯ୍ୟୟ’ ଗୁରୁବାର ସନ୍ଧ୍ୟାରେ ଗୁଜରାଟର ଜଖଉ ପୋର୍ଟ ନିକଟରେ ବାତ୍ୟା ସ୍ଥଳଭାଗ ଛୁଇଁଛି । । ସନ୍ଧ୍ୟା ୬ଟା ୪୫ରେ ବାତ୍ୟାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଏହା ୪ ଘଣ୍ଟା ପର୍ଯ୍ୟନ୍ତ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବାତ୍ୟା ପ୍ରଭାବରେ, ଗୁଜୁରାଟର ସୌରାଷ୍ଟ୍ର, କଚ୍ଛ, ମାଣ୍ଡୱି ସମେତ ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ସାଙ୍ଗକୁ ଘଣ୍ଟା ପ୍ରତି ଶହେ ୧୪୫ ବେଗରେ ପବନ ବହିବାରୁ ଉପୁଡ଼ିଲା ବିଦ୍ୟୁତ ଖୁଣ୍ଟ । ୯୪୦ ଗାଁ ଅନ୍ଧାରରେ, ଭୁଜ୍ ଓ ଦ୍ୱାରକାରେ ବିଦ୍ୟୁତ ସରବରାହ ବନ୍ଦ ରହିଛି । ବାତ୍ୟାକୁ ନଜରରେ ରଖି, ଗୁଜରାଟର ୮ ଜିଲ୍ଲାର ତଳିଆ ଅଞ୍ଚଳରୁ ୧ ଲକ୍ଷରୁ ଅଧିକ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି ।

ଲ୍ୟାଣ୍ଡଫଲ୍ ପରେ ବିପର୍ଯ୍ୟୟ ଘଟାଇଲା ବାତ୍ୟା ‘ବିପର୍ଯ୍ୟୟ’ । ବାତ୍ୟା ପ୍ରଭାବରେ ୨ଜଣଙ୍କ ମୃତୁ୍ୟ ହେବା ସହ ୨୨ ଜଣ ଆହତ ହୋଇଛନ୍ତି । କଚ୍ଛ, ଜାମନଗର, ମୋରବୀ, ରାଜକୋଟ, ଦେବଭୂମି, ଦ୍ବାରକା, ଜୁନାଗଡ଼, ପୋରବନ୍ଦର ଏବଂ ଗୀର ସୋମନାଥ ଅଂଚଳରୁ ପ୍ରାୟ ୧ ଲକ୍ଷ ଲୋକଙ୍କୁ ଅସ୍ଥାୟୀ ଆଶ୍ରୟସ୍ଥଳରେ ରଖାଯାଇଛି। ଏହି ଅପରେସନରେ ୩ ସେନାର ୨୭ଟି ଗ୍ରୁପ୍‌ ଅହରହ ସମନ୍ବୟ ରକ୍ଷା କରି କାମ କରୁଛନ୍ତି। ଜରୁରୀ ସ୍ଥିତିରେ ତତ୍କାଳ ଅଧିକ ହେଲିକପ୍‌ଟର ନିୟୋଜନ ପାଇଁ ବ୍ୟବସ୍ଥା ହୋଇଛି। ଏବେ ଦୁର୍ବଳ ହୋଇ ରାଜସ୍ଥାନ ମୁହାଁ ବାତ୍ୟା ‘ବିପର୍ଯ୍ୟୟ’ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’