ନାମାଙ୍କନ ଭରିଲେ ହିମାଂଶୁ

ତିର୍ତ୍ତୋଲ (ବଡ଼ ଖବର ବ୍ୟୁରୋ): ତିର୍ତ୍ତୋଲ ଉପନିର୍ବାଚନ ଲାଗି ନାମାଙ୍କନ ଭରିଛନ୍ତି କଂଗ୍ରେସ ପ୍ରାର୍ଥୀ ହିମାଂଶ ଭୂଷଣ ମଲ୍ଲିକ । ଗୁରୁବାର ରିଟର୍ଣ୍ଣି ଅଫିସର ତଥା ଅତିରିକ୍ତ ଜିଲ୍ଲାପାଳ ସଚ୍ଚିଦାନନ୍ଦ ସାହୁଙ୍କ ନିକଟରେ ନାମାଙ୍କନ ଭରିଛନ୍ତି । ନାମାଙ୍କନ ଭରିବାର ଶେଷ ତାରିଖ ୧୭ ରହିଛି । ବିରୋଧୀ ଦଳର ପ୍ରାର୍ଥୀମାନେ ନାମାଙ୍କନ ଭରିଛନ୍ତି । ଗତକାଲି ସ୍ୱାଧୀନ ପ୍ରାର୍ଥୀ ଅର୍ଜ୍ଜୁନ ଚରଣ ବେହେରା ଓ କମ୍ୟୁନିଷ୍ଟ ପାର୍ଟି ପକ୍ଷରୁ ବିଜୟ କୁମାର ଭୋଇ ନାମାଙ୍କନ ଭରିଥିଲେ । ଦିବଙ୍ଗତ ନେତା ବିଷ୍ଣୁ ଦାସଙ୍କ ପୁଅ ବିଜୟ ଶଙ୍କର ଦାସ ବିଜେଡି ପକ୍ଷରୁ ପ୍ରାର୍ଥୀ ହୋଇଥିବା ବେଳେ ବିଜେପି ରାଜକିଶୋର ବେହେରାଙ୍କୁ ପ୍ରାର୍ଥୀ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ