ସକାଳୁ ସକାଳୁ ପ୍ରବଳ ଗ୍ରୀଷ୍ମ ପ୍ରବାହ, ସାଢେ ୫ ସୁଦ୍ଧା ଭୁବନେଶ୍ୱରରେ ୨୯.୮ ଡ଼ିଗ୍ରୀ ତାପମାତ୍ରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସକାଳୁ ସକାଳୁ ପ୍ରବଳ ଗ୍ରୀଷ୍ମ ପ୍ରବାହ । ସକାଳ ସାଢେ ୫ ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ୨୯ ଡିଗ୍ରୀ ଛୁଇଁଛି ତାପମାତ୍ରା । ୨୯.୮ ଡ଼ିଗ୍ରୀ ତାପମାତ୍ରା ଏବଂ ୭୨% ଆଦ୍ରତା ରେକର୍ଡ ହୋଇଛି । ଉଚ୍ଚ ତାପମାତ୍ରା ସାଙ୍ଗକୁ ଝାଞ୍ଜି ପବନରେ ଅସ୍ତବ୍ୟସ୍ତ ହୋଇଛି ଜନଜୀବନ । ଉପକୂଳ ଓଡ଼ିଶାରେ ଉଚ୍ଚ ଆର୍ଦ୍ରତା ବଢ଼ାଉଛି ଗୁଳୁଗୁଳି । ଆଗାମୀ ୪ ଦିନ ଯାଏ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ନାହିଁ । ଆଗାମୀ ୩ ଦିନ ଉପକୂଳ ଏବଂ ୫ ଦିନ ଯାଏଁ ପଶ୍ଚିମ ଓଡ଼ିଶାରେ ଭୀଷଣ ଗ୍ରୀଷ୍ମ ପ୍ରବାହ ହେବ ।

ସ୍ୱାଭାବିକଠାରୁ ୭ରୁ ୮ ଡିଗ୍ରୀ ଯାଏଁ ଅଧିକ ରହିବ ତାପମାତ୍ରା । ଜୁନ୍ ୨୦ ଯାଏଁ ଖରା, ଗରମ ଓ ଉଚ୍ଚ ତାପମାତ୍ରା ଲାଗି ରହିବ । ଆଜି ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼ ଓ ସୋନପୁରରେ ସିଭିୟର ହିଟୱେଭ୍ ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ବେଳେ ଦେଓଗଡ଼, ଅନୁଗୁଳ, ଢେ଼ଙ୍କାନାଳ, କେନ୍ଦୁଝର, ମୟୁରଭଂଜ, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, ନୟାଗଡ଼, କଟକ, ଖୋର୍ଦ୍ଧା ଓ ନୂଆପଡ଼ାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଆସନ୍ତା ୨୦ ତାରିଖ ଯାଏଁ ରାଜ୍ୟରେ ଏଭଳି ସ୍ଥିତି ଲାଗି ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ