Masthead

କେମିତି ରହିଛି ପାର୍କିଂ ବ୍ୟବସ୍ଥା

ପୁରୀ (ବଡ଼ ଖବର ବ୍ୟୁରୋ): ରଥଯାତ୍ରାରେ ପୁରୀ ଯାଉଥିଲେ କେଉଁଠି କରିବେ ପାର୍କିଂ । କେମିତି ରହିଛି ପାର୍କିଂ ବ୍ୟବସ୍ଥା । ରାଜ୍ୟ ବାହାରୁ ଆସୁଥିବା ଯାତ୍ରୀବାହି ବସ୍ ଗୁଡ଼ିକ ମାଳତିପାଟପୁର ବସଷ୍ଟାଣ୍ଡରେ ରହିବେ ଓ ଯିବା ଆସିବା କରିବେ। ପୁରୀକୁ ଆସୁଥିବା ପାସେଞ୍ଜର ବସ୍ ଗୁଡିକ ମାଳତୀପାଟପୁର ଆରଓବି ଦେଇ ତାଳବଣିଆରେ ପାର୍କିଂ ଓ ଯିବା ଆସିବା କରିବେ। ଭୁବନେଶ୍ୱରରୁ ଆସୁଥିବା ଚାରି ଚକିଆ ଯାନ ଗୁଡିକ ମାଳତୀପାଟପୁର ଆରଓବି ଦେଇ ଆଇଟିଆଇ, ଇନଡୋର ଷ୍ଟାଡିୟମ ଓ ସଂସ୍କୃତ ବିଶ୍ଵବିଦ୍ୟାଳୟରେ ପାର୍କିଂ କରିବେ। ବ୍ରହ୍ମଗିରିରୁ ଆସୁଥିବା ଚାରି ଚକିଆ ଯାନ ଗୁଡିକ ମଙ୍ଗଳାଘାଟ ବାଇପାସ୍ ଦେଇ ଫ୍ଲୋରିସ୍ ଇଣ୍ଡିଆ ନିକଟରେ ପାର୍କିଂ କରିବେ।

କୋଣାର୍କରୁ ଆସୁଥିବା ଚାରି ଚକିଆ ଯାନ ଗୁଡିକ ଗ୍ରୀଡ୍ ଷ୍ଟେସନ ଦେଇ ଆଇଟିଆଇ, ଭୂଦାନ୍ ଓ ଇନଡୋର ଷ୍ଟାଡିୟମରେ ପାର୍କିଂ କରିବେ। ଭୁବନେଶ୍ୱରରୁ ଆସୁଥିବା ଦୁଇ ଚକିଆ ଯାନ ଗୁଡିକ ମାଳତୀପାଟପୁର ମଙ୍ଗଳାଘାଟ ବାଇପାସ୍ ଦେଇ ଜଗନ୍ନାଥ ବଲ୍ଲଭ, ମଶାଣୀ ଚଣ୍ଡୀ ଠାରେ ପାର୍କିଂ କରିବେ। କୋଣାର୍କରୁ ଆସୁଥିବା ଦୁଇ ଚକିଆ ଯାନ ଗୁଡିକ ସିଟି ରୋଡ, ସୁବାସ ବୋଷ ଛକ ଦେଇ ବ୍ଲୁ ଫ୍ଲାଗ ଓ ନିଳାଚଳ ଅଶୋକରେ ପାର୍କିଂ କରିବେ। ପାସ୍ ଥିବା ଯାନ ଗୁଡିକ ମାଳତୀପାଟପୁର, ମଙ୍ଗଳାଘାଟ ବାଇପାସ୍, ଷ୍ଟର୍ଲିଙ୍ଗ ରୋଡ ଓ ପରେ ଲୋକନାଥ ରୋଡ ଦେଇ ଛପନଛକ ଓ ଲୋକନାଥଙ୍କ ନିକଟରେ ପାର୍କିଂ କରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ! 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ!