Masthead

ତିନି ଠାକୁରଙ୍କ ଅପେକ୍ଷାରେ ତିନି ରଥ

ପୁରୀ(ବଡ଼ ଖବର ବ୍ୟୁରୋ): ଶ୍ରୀଜିଉଙ୍କ ପବିତ୍ର ରଥଯାତ୍ରା । ଶ୍ରୀକ୍ଷେତ୍ର ପୁରୀରେ ଭକ୍ତଙ୍କ ଭିଡ଼ । ତିନି ଠାକୁରଙ୍କ ଅପେକ୍ଷାରେ ତିନି ରଥ । ଆଉ କିଛି ସମୟ ପରେ ରତ୍ନ ସିଂହାସନ ଛାଡ଼ି ବଡ଼ଦାଣ୍ଡକୁ ଆସିବ କାଳିଆ । ସାଢ଼େ ୯ଟାରେ ଶ୍ରୀଜିଉଙ୍କର ପହଣ୍ଡି ଆରମ୍ଭ ହେବ । ପ୍ରଭୁ ସୁଦର୍ଶନ, ବଡ଼ଭାଇ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥ ଗୋଟି ପହଣ୍ଡିରେ ଆସି ରଥ ଉପରେ ବିରାଜମାନ କରିବେ । ପହଣ୍ଡି କାର୍ଯ୍ୟକ୍ରମ ଦିନ ସାଢ଼େ ୧୨ଟା ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି ।

ସେହିପରି ଶ୍ରୀଗୁଣ୍ଡିଚା ଅଭିମୁଖେ ତିନି ରଥ ଅପରାହ୍ଣ ୪ଟାରେ ଗଡ଼ିବା ଆରମ୍ଭ କରିବ । ୯ଟା ୧୫ରେ ମଙ୍ଗଳାର୍ପଣ କରାଯିବ। ଦିନ ୧୨ଟା ୩୦ରୁ ଅପରାହ୍ଣ ୧ଟା ପର୍ଯ୍ୟନ୍ତ ଶ୍ରୀଶ୍ରୀ ମଦନମୋହନ, ଶ୍ରୀଶ୍ରୀ ରାମ ଓ ଶ୍ରୀଶ୍ରୀ କୃଷ୍ଣ ବିଜେ, ୧ଟା ୩୦ରୁ ୨ଟା ୩୦ ପର୍ଯ୍ୟନ୍ତ ଚିତାଲାଗି, ବେଶ ଶେଷ ହେବ । ୨ଟା ୩୦ରୁ ୩ଟା ୩୦ ଯାଏଁ ଛେରାପହଁରା, ୩ଟାରୁ ୪ଟା ପର୍ୟ୍ୟନ୍ତ ଚାରମାଳ ଫିଟା, ଘୋଡ଼ା ଓ ସାରଥୀ ଲଗାଯିବ ଆଉ ଏହାପରେ ରଥଟଣା ଆରମ୍ଭ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ