ତିନି ଠାକୁରଙ୍କ ଅପେକ୍ଷାରେ ତିନି ରଥ

ପୁରୀ(ବଡ଼ ଖବର ବ୍ୟୁରୋ): ଶ୍ରୀଜିଉଙ୍କ ପବିତ୍ର ରଥଯାତ୍ରା । ଶ୍ରୀକ୍ଷେତ୍ର ପୁରୀରେ ଭକ୍ତଙ୍କ ଭିଡ଼ । ତିନି ଠାକୁରଙ୍କ ଅପେକ୍ଷାରେ ତିନି ରଥ । ଆଉ କିଛି ସମୟ ପରେ ରତ୍ନ ସିଂହାସନ ଛାଡ଼ି ବଡ଼ଦାଣ୍ଡକୁ ଆସିବ କାଳିଆ । ସାଢ଼େ ୯ଟାରେ ଶ୍ରୀଜିଉଙ୍କର ପହଣ୍ଡି ଆରମ୍ଭ ହେବ । ପ୍ରଭୁ ସୁଦର୍ଶନ, ବଡ଼ଭାଇ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥ ଗୋଟି ପହଣ୍ଡିରେ ଆସି ରଥ ଉପରେ ବିରାଜମାନ କରିବେ । ପହଣ୍ଡି କାର୍ଯ୍ୟକ୍ରମ ଦିନ ସାଢ଼େ ୧୨ଟା ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି ।

ସେହିପରି ଶ୍ରୀଗୁଣ୍ଡିଚା ଅଭିମୁଖେ ତିନି ରଥ ଅପରାହ୍ଣ ୪ଟାରେ ଗଡ଼ିବା ଆରମ୍ଭ କରିବ । ୯ଟା ୧୫ରେ ମଙ୍ଗଳାର୍ପଣ କରାଯିବ। ଦିନ ୧୨ଟା ୩୦ରୁ ଅପରାହ୍ଣ ୧ଟା ପର୍ଯ୍ୟନ୍ତ ଶ୍ରୀଶ୍ରୀ ମଦନମୋହନ, ଶ୍ରୀଶ୍ରୀ ରାମ ଓ ଶ୍ରୀଶ୍ରୀ କୃଷ୍ଣ ବିଜେ, ୧ଟା ୩୦ରୁ ୨ଟା ୩୦ ପର୍ଯ୍ୟନ୍ତ ଚିତାଲାଗି, ବେଶ ଶେଷ ହେବ । ୨ଟା ୩୦ରୁ ୩ଟା ୩୦ ଯାଏଁ ଛେରାପହଁରା, ୩ଟାରୁ ୪ଟା ପର୍ୟ୍ୟନ୍ତ ଚାରମାଳ ଫିଟା, ଘୋଡ଼ା ଓ ସାରଥୀ ଲଗାଯିବ ଆଉ ଏହାପରେ ରଥଟଣା ଆରମ୍ଭ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ