Masthead

ଭିଜିଲାନ୍ସ ଜାଲରେ ନବରଙ୍ଗପୁର ଉପଜିଲ୍ଲାପାଳ

ନବରଙ୍ଗପୁର (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ନବରଙ୍ଗପୁର ଉପଜିଲ୍ଲାପାଳଙ୍କ ଘରେ ଭିଜିଲାନ୍ସ ରେଡ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନବରଙ୍ଗପୁର ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ଚାଲିଥିବା ଜଣାଯାଇଛି । ଭଦ୍ରକ, ଭୁବନେଶ୍ୱର ସମେତ ୯ ଟି ସ୍ଥାନରେ ଏକକାଳୀନ ଚଢାଉ କରାଯାଉଥିବା ସୂଚନା । ଭୁବନେଶ୍ୱର କାନନ ବିହାର ସ୍ଥିତ ଦୁଇ ମହଲା ବାସଭବନ, ନବରଙ୍ଗପୁର ସ୍ଥିତ ସରକାରୀ ବାସଭବନ ଓ କାର୍ଯ୍ୟାଳୟ, ଭଦ୍ରକର ବାହୁଡରଡ ସ୍ଥିତ ପୈତୃକ ବାସଭବନ ସମେତ ୯ଟି ସ୍ଥାନରେ ଚଢାଉ କରୁଛି ଭିଜିଲାନ୍ସ ଟିମ୍ । ଚଢ଼ାଉରେ ଭିଜିଲାନ୍ସ ବିଭାଗର ୯ଟି ଟିମ୍ ସାମିଲ ହୋଇଛନ୍ତି। ଏଯାବତ ୩ କୋଟି ୨ ଲକ୍ଷ ଟଙ୍କା ଜବତ କରିଛି ଭିଜିଲାନ୍ସ । କାନନବିହାର ସ୍ଥିତ ଘରୁ ମିଳିଲା ୨ କୋଟି ୨୫ ଲକ୍ଷ ଟଙ୍କା । ପଡୋଶୀ ଘରୁ ମିଳିଲା ୬ ପେଟି ଟଙ୍କା । ନବରଙ୍ଗପୁର ସରକାରୀ ଘରୁ ମିଳିଲା ୭୭ ଲକ୍ଷ ଟଙ୍କା । ଆହୁରି ଧନ ସମ୍ପତ୍ତି ମିଳିବାର ସମ୍ଭାବନା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ