Masthead

ଭିଜିଲାନ୍ସ ଜାଲରେ ନବରଙ୍ଗପୁର ଉପଜିଲ୍ଲାପାଳ

ନବରଙ୍ଗପୁର (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ନବରଙ୍ଗପୁର ଉପଜିଲ୍ଲାପାଳଙ୍କ ଘରେ ଭିଜିଲାନ୍ସ ରେଡ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନବରଙ୍ଗପୁର ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ଚାଲିଥିବା ଜଣାଯାଇଛି । ଭଦ୍ରକ, ଭୁବନେଶ୍ୱର ସମେତ ୯ ଟି ସ୍ଥାନରେ ଏକକାଳୀନ ଚଢାଉ କରାଯାଉଥିବା ସୂଚନା । ଭୁବନେଶ୍ୱର କାନନ ବିହାର ସ୍ଥିତ ଦୁଇ ମହଲା ବାସଭବନ, ନବରଙ୍ଗପୁର ସ୍ଥିତ ସରକାରୀ ବାସଭବନ ଓ କାର୍ଯ୍ୟାଳୟ, ଭଦ୍ରକର ବାହୁଡରଡ ସ୍ଥିତ ପୈତୃକ ବାସଭବନ ସମେତ ୯ଟି ସ୍ଥାନରେ ଚଢାଉ କରୁଛି ଭିଜିଲାନ୍ସ ଟିମ୍ । ଚଢ଼ାଉରେ ଭିଜିଲାନ୍ସ ବିଭାଗର ୯ଟି ଟିମ୍ ସାମିଲ ହୋଇଛନ୍ତି। ଏଯାବତ ୩ କୋଟି ୨ ଲକ୍ଷ ଟଙ୍କା ଜବତ କରିଛି ଭିଜିଲାନ୍ସ । କାନନବିହାର ସ୍ଥିତ ଘରୁ ମିଳିଲା ୨ କୋଟି ୨୫ ଲକ୍ଷ ଟଙ୍କା । ପଡୋଶୀ ଘରୁ ମିଳିଲା ୬ ପେଟି ଟଙ୍କା । ନବରଙ୍ଗପୁର ସରକାରୀ ଘରୁ ମିଳିଲା ୭୭ ଲକ୍ଷ ଟଙ୍କା । ଆହୁରି ଧନ ସମ୍ପତ୍ତି ମିଳିବାର ସମ୍ଭାବନା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି