Masthead

ଆଜି ଦକ୍ଷିଣମୋଡ଼ ନେବ ଶ୍ରୀଜିଉଙ୍କ ତିନି ରଥ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ଦକ୍ଷିଣାମୋଡ଼ ହେବ ଶ୍ରୀଜିଉଙ୍କ ତିନି ରଥ । ରଥଯାତ୍ରା ଦିନଠାରୁ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଅଟକି ରହିଥିବା ତିନି ରଥ ଆଜି ଦକ୍ଷିଣମୋଡ଼ ନେବେ। ନାକଚଣା ଦ୍ୱାର ସମ୍ମୁଖ ଶରଧାବାଲିକୁ ନିଆଯିବ ତିନିରଥ । ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ବାହୁଡ଼ାଯାତ୍ରା ପୂର୍ବପ୍ରସ୍ତୁତି ସ୍ୱରୂପ ତିନି ରଥକୁ ଦକ୍ଷିଣମୋଡ଼ ଦେଇ ସୁସଜ୍ଜିତ କରି ରଖାଯିବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ଚୂଡ଼ାନ୍ତ ହୋଇଛି।

ମଧ୍ୟାହ୍ନ ସାଢ଼େ ୧୨ଟାରେ ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ ପରେ ତିନି ରଥ ଦକ୍ଷିଣମୋଡ଼ ନେଇ ଶରଧାବାଲିରେ ବାହୁଡ଼ା ଯାତ୍ରା ପାଇଁ ପ୍ରସ୍ତୁତ ହୋଇ ରହିବେ। ପରମ୍ପରା ଅନୁଯାୟୀ, ପ୍ରଥମେ ମା’ ସୁଭଦ୍ରାଙ୍କ ଦର୍ପଦଳନ ରଥକୁ ଦକ୍ଷିଣ ମୋଡ଼ ପାଇଁ ଶରଧାବାଲିକୁ ନିଆଯିବ। ଏହା ପରେ ବଡଠାକୁରଙ୍କ ତାଳଧ୍ୱଜ ରଥ ଓ ଶେଷରେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥକୁ ଟାଣି ଦକ୍ଷିଣମୁହାଁ କରି ରଖାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଘଟଣାର ପୁଙ୍ଖାନୁପଙ୍ଖ ତଥ୍ୟ ଦିଆଯିବ: ଶୋଭନା 🔴 ମମତାଙ୍କ କ୍ୟାବିନେଟକୁ ବରଖାସ୍ତ କଲେ ରାଜ୍ୟପାଳ 🔴 ୧୨ରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ 🔴 ସିସିଟିଭିରେ ରଙ୍ଗ ମାରି ଏଟିଏମ ଲୁଟିନେଲେ 🔴 ଶୁଭେନ୍ଦୁଙ୍କ PAଙ୍କୁ ଗୁଳି କରି ହତ୍ୟା, ‘ଏହା ଯୋଜନାବଦ୍ଧ ହତ୍ୟାକାଣ୍ଡ’ 🔴 ପୁଣି ଡରାଇଲାଣି ବାତ୍ୟା! 🔴 ସ୍ତ୍ରୀ ମୁହଁରେ ସୁଧୀରଙ୍କ ହତ୍ୟା କାହାଣୀ 🔴 କନ୍ଧମାଳରେ ବନ୍ଧୁକ କାରଖାନା ଠାବ 🔴 ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା 🔴 ପୁଣି ଯୁଦ୍ଧର ଆଶଙ୍କା! 🔴 ଘଟଣାର ପୁଙ୍ଖାନୁପଙ୍ଖ ତଥ୍ୟ ଦିଆଯିବ: ଶୋଭନା 🔴 ମମତାଙ୍କ କ୍ୟାବିନେଟକୁ ବରଖାସ୍ତ କଲେ ରାଜ୍ୟପାଳ 🔴 ୧୨ରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ 🔴 ସିସିଟିଭିରେ ରଙ୍ଗ ମାରି ଏଟିଏମ ଲୁଟିନେଲେ 🔴 ଶୁଭେନ୍ଦୁଙ୍କ PAଙ୍କୁ ଗୁଳି କରି ହତ୍ୟା, ‘ଏହା ଯୋଜନାବଦ୍ଧ ହତ୍ୟାକାଣ୍ଡ’ 🔴 ପୁଣି ଡରାଇଲାଣି ବାତ୍ୟା! 🔴 ସ୍ତ୍ରୀ ମୁହଁରେ ସୁଧୀରଙ୍କ ହତ୍ୟା କାହାଣୀ 🔴 କନ୍ଧମାଳରେ ବନ୍ଧୁକ କାରଖାନା ଠାବ 🔴 ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା 🔴 ପୁଣି ଯୁଦ୍ଧର ଆଶଙ୍କା!